Posted inଖେଳ

ଦକ୍ଷିଣ ଆଫ୍ରିକା-ବୋର୍ଡ ଏକାଦଶ ଦ୍ୱିତୀୟ ଓ୍ବାର୍ମଅପ୍‌: ପେସର, ସୁଶ୍ରୀଙ୍କ ଉପରେ ନଜର

ସୁରଟ, ୨୨।୯-
ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଦ୍ୱିତୀୟ ମହିଳା ଓ୍ବାର୍ମଅପ୍‌ କ୍ରିକେଟ ମ୍ୟାଚ ରବିବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ମ୍ୟାଚ ଖରାପ ପାଗ ଯୋଗୁ ବାତିଲ ହୋଇଥିବାବେଳେ ଦ୍ୱିତୀୟ ମ୍ୟାଚରେ ବୋର୍ଡ ଏକାଦଶର ପେସର ଏବଂ ଓଡ଼ିଶା ସ୍ପିନର ସୁଶ୍ରୀ ଦିବ୍ୟଦର୍ଶିନୀଙ୍କ ଉପରେ ନଜର ରହିବ।
ଏହି ମ୍ୟାଚରେ ମୁଖ୍ୟତଃ ଦୁଇ ପେସର ପୂଜା ବସ୍ତ୍ରକାର ଓ ମାନସି ଯୋଶୀଙ୍କ ଉପରେ ନଜର ରହିବ। ଉଭୟ ଯୋଶୀ ଓ ପୂଜା ଭାରତୀୟ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ତେଣୁ ଓ୍ବାର୍ମଅପ୍‌ ମ୍ୟାଚରେ ଭଲ ପ୍ରଦର୍ଶନ କଲେ ସେମାନେ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରଜ ପୂର୍ବରୁ ମୋମେଣ୍ଟମ ପାଇ ପାରିବେ। ୧୫ ବର୍ଷୀୟା ଓପନର ଶାଫାଲି ବର୍ମାଙ୍କ ଉପରେ ମଧ୍ୟ ନଜର ରହିବ। ଅଧିନାୟିକା ସୁଷମା ବର୍ମା ଓ ଉପଅଧିନାୟିକା ଦେବିକା ବୈଦ୍ୟ ଶ୍ରେଷ୍ଠ ପ୍ରଦର୍ଶନ କରି ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚାହିଁବେ। ସୁଶ୍ରୀ ଦିବ୍ୟ ଦର୍ଶିନୀ ଭାରତ-ଏ ଦଳରେ ସ୍ଥାନ ପାଇଛନ୍ତି। ତେଣୁ ଏଠାରେ ଭଲ ପ୍ରଦର୍ଶନ କଲେ ତାଙ୍କର ମନୋବଳ ନିଶ୍ଚିତ ଦୃଢ଼ ହୋଇପାରିବ। ଅନ୍ୟପକ୍ଷରେ ଦକ୍ଷିଣ ଆଫ୍ରକା ମହିଳା ଦଳ ମ୍ୟାଚ ପ୍ରାକ୍ଟିସ ପାଇଁ ବ୍ୟଗ୍ର। ପ୍ରଥମ ଓ୍ବାର୍ମଅପ୍‌ ବାତିଲ ହୋଇ ଯାଇଥିବାରୁ ରିଜର୍ଭ ଖେଳାଳିଙ୍କୁ ପରଖି ନେବାକୁ ଏହା ହିଁ ପ୍ରକୃଷ୍ଟ ସମୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri