Posted inଖେଳ

ଦକ୍ଷିଣ ଏସୀୟ କ୍ରୀଡ଼ା ଝିଲ୍ଲୀ, ସ୍ନେହାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୬।୧୨(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ଦୁଇ ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଓ ସ୍ନେହା ସୋରେନ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ପାଇଛନ୍ତି। ନେପାଳର ପୋଖରାଠାରେ ଚାଲିଥିବା ଦକ୍ଷିଣ ଏସୀୟ କ୍ରୀଡ଼ା ଭାରୋତ୍ତୋଳନ ଇଭେଣ୍ଟର ପ୍ରଥମ ଦିବସରେ ଏହି ଓଡ଼ିଆ ଭାରୋତ୍ତୋଳିକା ସ୍ବର୍ଣ୍ଣ ପଦକ ଅର୍ଜନ କରିଛନ୍ତି। ଚଳିତବର୍ଷ ପ୍ରାରମ୍ଭରେ ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ପାଇଥିବା ଝିଲ୍ଲୀ ନେପାଳରେ ୪୫ କେଜି କାଟେଗୋରିରେ ୧୫୧ କେଜି ଭାରୋତ୍ତୋଳନ କରି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ସେ ସ୍ନାଚ୍‌ରେ ୬୬ କେଜି ଓ କ୍ଲିନ୍‌ ଆଣ୍ଡ ଜର୍କରେ ୮୫ କେଜି ଭାର ଉଠାଇଥିଲେ। ଶ୍ରୀଲଙ୍କାର ସମରକୁନ ଶ୍ରୀମାଲି(୧୩୯ କେଜି) ରୌପ୍ୟ ଓ ନେପାଳର ସଙ୍ଗିତା ରାୟ(୧୨୭ କେଜି) ବ୍ରୋଞ୍ଜ ପଦକ ପାଇଥିଲେ। ମହିଳା ୪୯ କେଜିରୁ କମ୍‌ ଇଭେଣ୍ଟରେ ୧୮ ବର୍ଷୀୟା ସ୍ନେହା ମୋଟ ୧୫୭ କେଜି ଭାରୋତ୍ତୋଳନ କରି ସ୍ବର୍ଣ୍ଣ ପଦକ ପାଇଛନ୍ତି। ସେ ସ୍ନାଚ୍‌ରେ ୬୮ ଓ କ୍ଲିନ୍‌ ଆଣ୍ଡ ଜର୍କରେ ୮୯ କେଜି ଭାର ଉଠାଇଥିଲେ। ଶ୍ରୀଲଙ୍କାର ଗୋମାସ ହାନସାନି(୧୫୫ କେଜି) ଓ ବାଂଲାଦେଶର ଶବିରା ମୋଲ୍ଲା(୧୩୦ କେଜି) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଥିଲେ। ଭାରତ ଗୁରୁବାର ରେକର୍ଡ ସଂଖ୍ୟକ ୨୬ ସ୍ବର୍ଣ୍ଣ, ୧୮ ରୌପ୍ୟ ଓ ୬ ବ୍ରୋଞ୍ଜ ପଦକ ମିଳିଛି। ଫଳରେ ପଦକ ତାଲିକାରେ ନେପାଳକୁ ହଟାଇ ଶୀର୍ଷସ୍ଥାନ ଅଧିକାର କରିଛି। ଏବେ ଭାରତର ମୋଟ ପଦକ ସଂଖ୍ୟା ୫୮ ସ୍ବର୍ଣ୍ଣ, ୪୧ ରୌପ୍ୟ ଓ ୧୯ ବ୍ରୋଞ୍ଜ ଥିବାବେଳେ ନେପାଳ ୩୬ ସ୍ବର୍ଣ୍ଣ, ୨୬ ରୌପ୍ୟ ଓ ୩୪ ବ୍ରୋଞ୍ଜ ପଦକ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri