ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି

ମାଲକାନଗିରି,୨୫।୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍‌ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ କମୁଳୁ ବେଟି। ଛତିଶଗଡ଼ ବିଜାପୁର ଜିଲା କମକା ଗ୍ରାମରେ ତାଙ୍କ ଘର ବୋଲି ଜଣାପଡ଼ିଛି। ସେ ୨୦୦୭ରେ ମାଓ ସଂଗଠନରେ ଯୋଗ ଦେଇଥିବା ବେଳେ ବର୍ତ୍ତମାନ ଦରଭା ଡିଭିଜନ ଅଧୀନ କାଙ୍ଗେରଘାଟି ଏରିଆ କମିଟିର ଏରିଆ କମିଟି ସମ୍ପାଦକ ଭାବେ କାର୍ଯ୍ୟ କରୁଥିଲେ। ସେ ମାଥିଲି ଥାନା ଅନ୍ତର୍ଗତ ଗୋଲିଆଗୁଡ଼ା ଗ୍ରାମର ବିଜୟ ମୁଚାକି ଓ ଧୁରୁଆ ମୁଚାକିଙ୍କୁ ନିସ୍ତୁକ ମାଡ ମାରିବା, ମାଥିଲି ଥାନାର ଖଟୁଆପଦର ଗ୍ରାମର ପରଦେଶି ଧୁରୁଆଙ୍କୁ ହତ୍ୟା, ଟେମୁରୁପାଲ୍ଲୀ ଗ୍ରାମ ନିକଟରେ ଜେସିବି ମେଶିନ ଓ ଟିପ୍ପର ପୋଡ଼ି ଓ ଚାଲାଣଗୁଡ଼ା ନିକଟରେ ପ୍ରବୋଧ ବିଷୋୟୀ ନାମକ ଠିକାଦାରଙ୍କୁ ହତ୍ୟା, କୁକୁରକୁଣ୍ଡ ଗ୍ରାମର ଗୁଜ କବାସୀଙ୍କୁ ହତ୍ୟା, ଦଣ୍ଡିପଦର ଗ୍ରାମର ବୁଦ୍ରା ମାଡ଼କାମି ଓ ସମାରୁ ମୁଚାକିଙ୍କୁ ହତ୍ୟା, ସୋଡ଼ିଗୁଡ଼ା ଗ୍ରାମ ନିକଟରେ ପୁଲସ ସହ ଗୁଳି ବିନିମୟ ଘଟଣା, ଡଲଡଲି ଗ୍ରାମ ନିକଟରେ ପୋଲିସ ସହ ଗୁଳି ବିିନିମୟ ଘଟଣା, ଟେମୁରୁପାଲ୍ଲୀ ପଞ୍ଚାୟତ କାର୍ଯ୍ୟାଳୟକୁ ଭାଙ୍ଗିବା ସହ ସରକାରୀ ସମ୍ପତ୍ତି ଲୁଟ ପ୍ରଭୃତି ବହୁ ହିଂସାକାଣ୍ଡରେ ଜଡ଼ିତ ଥିବା ଜଣାପଡ଼ିଛି। ତାଙ୍କ ନାମରେ ସରକାର ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ। ଏବେ କମୁଳୁଙ୍କୁ ସରକାରଙ୍କ ଆତ୍ମସମର୍ପଣ ଯୋଜନା ଅନୁଯାୟୀ ଆର୍ଥିକ ସାହାଯ୍ୟ ପ୍ରଦାନ କରାଯିବା ସହ ବାସଗୃହ ନିର୍ମାଣ ପାଇଁ ଆର୍ଥିକ ସହାୟତା, ପାଠପଢ଼ିବା ଏବଂ ଧନ୍ଦାମୂଳକ ତାଲିମ ପ୍ରଦାନ କରାଯିବ ବୋଲି ଡିଆଇଜି ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି ା ଖବରଦାତା ସମ୍ମିଳନୀରେ ମାଲକାନଗିରି ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି ଖିଲାରୀ ଓ ବିଏସ୍‌ଏଫ୍‌ କମାଣ୍ଡାଣ୍ଟ ଅମରେନ୍ଦ୍ର ସିଂ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri