ଦକ୍ଷେଶ୍ୱର ଉପ୍ରା ବିଦ୍ୟାଳୟ : ୮ ଶ୍ରେଣୀକୁ ୫ କୋଠରି

ଆଠମଲ୍ଲିକ, ୧୩ା୩(ଡି.ଏନ.ଏ.) – ଶିକ୍ଷାର ବିକାଶ ପାଇଁ ସରକାର ଅଗ୍ରାଧିକାର ଭିତ୍ତିରେ ଯୋଜନା କରୁଥିବା ଡିଣ୍ଡିମ ପିଟୁଥିବାବେଳେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ। ଏହି ବ୍ଲକର ଲିପିଲୋଇ ଗ୍ରାମରେ ଥିବା ଦକ୍ଷେଶ୍ୱର ସରକାରୀ ଉପ୍ରା ବିଦ୍ୟାଳୟରେ ଶିକ୍ଷାଦାନକୁ ବ୍ୟବସ୍ଥିତ କରାଯାଇପାରି ନ ଥିବା ଅଭିଯୋଗ ହୋଇଛି। ଭିତ୍ତିଭୂମି ଅଭାବ, ଆବଶ୍ୟକ ଶିକ୍ଷକ ଏପରିକି ଶ୍ରେଣୀ ଅନୁଯାୟୀ ଶ୍ରେଣୀଗୃହ ନ ଥିବାରୁ ଛାତ୍ରୀଛାତ୍ରମାନଙ୍କ ପାଠପଢାରେ ବ୍ୟାଘାତ ହେଉଥିଲେ ବି ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଭିଭାବକମାନେ ପ୍ରକାଶ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସମୁଦାୟ ୨ ଶହ ଛାତ୍ରୀଛାତ୍ର ପଢୁଛନ୍ତି। ହେଲେ ସେମାନଙ୍କ ପାଇଁ ରହିଛି ମାତ୍ର ୫ ଶ୍ରେଣୀଗୃହ। ସେଥିରୁ ୪ଟି ଛାତଘର ଓ ଗୋଟିଏ ଆଜବେଷ୍ଟସ ଘର। ବସିବାକୁ ଜାଗା ନ ଥିବାରୁ ଦ୍ୱିତୀୟ, ତୃତୀୟ ଶ୍ରେଣୀର ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଅନ୍ୟପକ୍ଷରେ ୮ଟି ଶ୍ରେଣୀ ପାଇଁ ନିଯୁକ୍ତ ହୋଇଛନ୍ତି ମାତ୍ର ୧୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକ। ଫଳରେ ପିଲାମାନଙ୍କୁ ଠିକ୍‌ ଭାବେ ପଢାଯାଇପାରୁ ନ ଥିବାବେଳେ ଇଂଲିଶ, ସଂସ୍କୃତ, ହିନ୍ଦୀ, ଗଣିତ ଆଦି ପାଠ୍ୟକ୍ରମରୁ ଛାତ୍ରୀଛାତ୍ର ବଞ୍ଚିତ ହେଉଛନ୍ତି। ଦୀର୍ଘ ଦିନରୁ ସମସ୍ୟା ଲାଗି ରହିଥିଲେ ମଧ୍ୟ ଏଥିପ୍ରତି ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ପ୍ରଧାନଶିକ୍ଷକ ଅନାଦି ଚରଣ ବେହେରା କୁହନ୍ତି, ସମସ୍ୟା ରହିଛି। ଏ ନେଇ ବିଦ୍ୟାଳୟ ପକ୍ଷରୁ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି l ବର୍ତ୍ତମାନ ଏକ ସାଇକେଲ ଷ୍ଟାଣ୍ଡ ନିର୍ମାଣ ଚାଲିଛି l


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?