ଦଣ୍ଡିତ ହୋଇପାରେ ଶ୍ରୀଲଙ୍କା

ଲଣ୍ଡନ,୧୬ା୬: ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ଶ୍ରୀଲଙ୍କା ଦଳକୁ ଦଣ୍ଡିତ କରିପାରେ। ପୂର୍ବ ଚାମ୍ପିୟନ ଶ୍ରୀଲଙ୍କା ଆଇସିସି ନିୟମ ଭଙ୍ଗ କରିଛି। ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆଠାରୁ ୮୭ ରନ୍‌ ପରାଜୟ ବରଣ କରିବା ପରେ ଦିମୁଥ କରୁଣାରତ୍ନେଙ୍କ ଦଳର କୌଣସି ଖେଳାଳି ମିଡିଆ କନ୍‌ଫରେନ୍ସ ଓ ମିକ୍ସଡ୍‌ ଜୋନରେ ଯୋଗଦେଇ ନ ଥିଲେ। ଏଥିଯୋଗୁ ଦଳକୁ ଆଇସିସି ଦଣ୍ଡିତ କରିବ। ତେବେ କେଉଁ ଭଳି ଦଣ୍ଡବିଧାନ କରାଯିବ ସେ ସମ୍ପର୍କରେ ସୂଚନା ଦିଆଯାଇ ନାହିଁ। ଖେଳାଳିମାନେ ମିଡିଆ କନ୍‌ଫରେନ୍ସିରେ ଯୋଗ ଦେବାକୁ ଚାହୁଁ ନ ଥିବା ଶ୍ରୀଲଙ୍କା ପକ୍ଷରୁ କୁହାଯାଇଛି। ସେମାନଙ୍କ ସହ ଆଲୋଚନ କରାଯିବ ବୋଲି ଆଇସିସିର ପ୍ରବକ୍ତା କହିଛନ୍ତି। ଶ୍ରୀଲଙ୍କା ଦଳର ମ୍ୟାନେଜର ଆଶନ୍ଥା ଡେ ମେଲ ଚଳିତ ବିଶ୍ୱକପ୍‌ରେ ଉପଲବ୍ଧ ହୋଉଥିବା ସୁବିଧାରେ ଅସନ୍ତୋଷ ପ୍ରକାଶ କରିବା ପରେ ଖେଳାଳିମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ଅନ୍ୟ ଦଳ ଅପେକ୍ଷା କ୍ୱାଲିଟି ପିଚ୍‌ ଓ ପ୍ରାକ୍ଟିସ ଲାଗି ଭଲ ଗ୍ରାଉଣ୍ଡ ଦିଆଯାଇ ନାହିଁ। ଦଳୀୟ ଖେଳାଳି ରହୁଥିବା ବ୍ରିଷ୍ଟଲସ୍ଥିତ ହୋଟେଲରେ ସୁଇମିଂ ପୁଲର ଅଭାବ ରହିଛି ଓ କାର୍ଡିଫଠାରେ ଉପଯୁକ୍ତ ନେଟ୍ସ ସୁବିଧା ନାହିଁ। ସେହିଭଳି ଯିବା ଆସିବ ଲାଗି ଯୋଗାଇ ଦିଆଯାଇଥିବା ବସ ମଧ୍ୟ ଅନ୍ୟ ଦଳମାନେ ବ୍ୟବହାର କରୁଥିବା ବସଠାରୁ ନିମ୍ନମାନର ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri