ଦଧିବାମନଜୀଉଙ୍କ ଦେବସ୍ନାନ ନୀତି

ଆନନ୍ଦପୁର,୧୭।୬(ସ୍ବ.ପ୍ର.): ଆନନ୍ଦପୁର ଓ ଘସିପୁରା ଅଞ୍ଚଳରେ ଥିବା ବିଭିନ୍ନ ଜଗନ୍ନାଥ ମନ୍ଦିରରେ ସ୍ନାନପୂର୍ଣ୍ଣିମା ନୀତି ମହା ଆଡମ୍ବରରେ ପାଳନ ହେଉଛି। ପବିତ୍ର ସ୍ନାନପୂର୍ଣ୍ଣିମା ଉପଲକ୍ଷେ ଆନନ୍ଦପୁରର ଆରାଧ୍ୟ ଦେବତା ଦାରୁବ୍ରହ୍ମ ଶ୍ରୀଶ୍ରୀଦଧିବାମନ ଜୀଉ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀ ସୁଦର୍ଶନ ମାନବୀୟ ଲୀଳା ସ୍ବରୂପ ଜନ୍ମ ଦିବସରେ ରତ୍ନ ସିଂହାସନରୁ ଓହ୍ଲାଇ ସ୍ନାନମଣ୍ଡପରେ ସର୍ବସମ୍ମୁଖରେ ୧୦୮ କୁମ୍ଭ କେଶର କର୍ପୂର ଚୁଆ ଚନ୍ଦନ ମିଶ୍ରିତ ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏଥିପାଇଁ ପ୍ରାତଃ ସମୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମନ୍ଦିରର ପୂଜାପଣ୍ଡା ଏବଂ ସୁଆରମାନେ ପହଣ୍ଡି କରାଇ ସ୍ନାନମଣ୍ଡପକୁ ଆଣିଥିଲେ। ରୀତିନୀତି ଅନୁଯାୟୀ ଅଧିବାସ କରାଯାଇଥିବା ସୁବାସିତ ଜଳରେ ସ୍ନାନ କରାଯାଇ ନୂତନବସ୍ତ୍ର ପରିଧାନ ପୂର୍ବକ ଷୋଡ଼ଶ ଉପଚାରରେ ପୂଜା କରାଯାଇ ଶୀତଳ ଭୋଗ ସମର୍ପଣ କରାଯାଇଥିଲା। ପରେ ଗଜାନନ ବେଶରେ ସଜ୍ଜିତ କରାଯାଇ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଛଡାଯାଇଥିଲା। ସନ୍ଧ୍ୟା ଆଳତି ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଅଣସର ପିଣ୍ଡିକୁ ପହଣ୍ଡି ମାଧ୍ୟମରେ ନିଆଯାଇ ୧୫ଦିନ କାଳ ଗୁପ୍ତ ସେବା ପୂଜା କରାଯିବ ବୋଲି ମନ୍ଦିରର ପୂଜାପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri