ଦନ୍ତାହାତୀ ଉପଦ୍ରବ: ଲୋକେ ଆତଙ୍କିତ, ୪ଘର ଭାଙ୍ଗି ଧାନ ଚାଉଳ ଖାଇଲା

ବାଲିଶଙ୍କରା, ୨୭।୨ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲାର ବିଭିନ୍ନ ବନ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ସୁନ୍ଦରଗଡ଼ ସଦର ରେଞ୍ଜ ରାଉଳଡେଗା ସେକ୍ସନର ଘୋଘର ଗ୍ରାମରେ ବୁଧବାର ରାତିରେ ଏକ ଦନ୍ତାହାତୀ ପଶି ବ୍ୟାପକ କ୍ଷତି ଘଟାଇଛି। ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ୪ଜଣଙ୍କ ଘର ଭାଙ୍ଗି ଦେଇଛି। ଘରେ ଥିବା ଧାନ ଚାଉଳ ଖାଇ ନଷ୍ଟ କରିଛି। ଏହା ସହ ଘରୋଇ ଉପକରଣ ମାଡିଦଳି ନଷ୍ଟ କରି ଦେଇଛି। ଏହି ଜଙ୍ଗଲି ଦନ୍ତାହାତୀ ଦୀର୍ଘ ଦିନରୁ ଅଞ୍ଚଳରେ ରହି ଅନେକ ଲୋକଙ୍କର ଘର ଭାଙ୍ଗି କ୍ଷତି ଘଟାଉଛି। ଘରେଥିବା ବର୍ଷକର ଖାଦ୍ୟ ଧାନ, ଚାଉଳ ଓ ଘରୋଇ ଉପକରଣ ମାଡିଦଳି ନଷ୍ଟ କରୁଥିବାରୁ ଅଞ୍ଚଳର ଜନସାଧାରଣଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବୁଧବାର ରାତିରେ ଘୋଘର ଗ୍ରାମର ନିରଞ୍ଜନ ଗୁରୁ, କୃଷ୍ଣ ନାୟକ, ସରସ୍ବତୀ ଗୁରୁ, ସୁକାନ୍ତି ପ୍ରଧାନଙ୍କ ଘର ଭାଙ୍ଗି ଧାନ ଚାଉଳ ଖାଇ ନଷ୍ଟ କରିଛି। ସେମାନଙ୍କର ଘରୋଇ ଉପକରଣ ମାଡିଦଳି ନଷ୍ଟ କରିଦେଇଥିବାରୁ ସେମାନେ ଚିନ୍ତାରେ ମୁଣ୍ଡରେ ହାତଦେଇ ବସିଛନ୍ତି। କଠିନ ପରିଶ୍ରମ ଓ ଧାରକରଜ କରି ବର୍ଷକର ଖାଦ୍ୟକୁ ଘରେ ସାଇତି ରଖିଥିବା ବେଳେ ଦନ୍ତା ହାତୀ ଆସି ୫ ମିନିଟରେ ବର୍ଷକର ଖାଦ୍ୟକୁ ଖାଇ ଚାଲିଯିବା ସେମାନଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ହାତୀ ସ୍ଥାନୀୟ ଗ୍ରାମର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପାଚେରୀ ଭାଙ୍ଗି ଦେଇଛି। କବାଟ ଝରକା ମଧ୍ୟ ନଷ୍ଟ କରିଦେବା ଫଳରେ ବିଭିନ୍ନ ସମସ୍ୟା ଦେଖାଦେଇଛି। ତୁରନ୍ତ କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଛି। ଅଞ୍ଚଳରୁ ଜଙ୍ଗଲି ହାତୀକୁ ଘଉଡାଇବା ପାଇଁ ମଧ୍ୟ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri