ଦବିଲା ଫୁଲାଡ଼ି ଲୁହାପୋଲ : ଯାତାୟାତ ବିଚ୍ଛିନ୍ନ

ବାଲେଶ୍ୱର ଅଫିସ,୧୭।୫- ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଫୁଲାଡ଼ି ଛକ ନିକଟରେ ଥିବା ବ୍ରିଟିଶ୍‌ ଅମଳର ଲୁହାପୋଲ ଶନିବାର ସନ୍ଧ୍ୟାରେ ହଠାତ୍‌ ଦବିଯାଇଛି। ଘଟଣା ଜଣାପଡ଼ିବା ପରେ ଜିଲାପ୍ରଶାସନ ପକ୍ଷରୁ ଉକ୍ତ ପୋଲର ଦୁଇ ପାର୍ଶ୍ୱରେ ବାଡ଼ ବନ୍ଧାଯିବା ଓ ମାଟି ପକାଇ ଯାତାୟାତ ବନ୍ଦ କରାଯାଇଛି। ଫଳରେ ଉତ୍ତରବାଲେଶ୍ୱରର ଭୋଗରାଇ, ଜଳେଶ୍ୱର, ବାଲିଆପାଳ, ବସ୍ତା, ରୂପ୍‌ସା, ଫୁଲାଡ଼ିର ଲୋକେ ସହରକୁ ଆସିବା ପାଇଁ ପ୍ରାୟ ୧୫ କି.ମି. ବୁଲି ରେମୁଣା ଗୋଲେଇ ଦେଇ ଆସିବାକୁ ପଡ଼ିବ। ସେହିପରି ସହରରୁ ଉତ୍ତରବାଲେଶ୍ୱରକୁ ଯିବା ପାଇଁ ଉକ୍ତ ରାସ୍ତାକୁ ବ୍ୟବହାର କରିବା ବାଧ୍ୟ ବୋଲି ଜଣାପଡ଼ିଛି। ଅନ୍ୟପକ୍ଷରେ ପଶ୍ଚିମବଙ୍ଗରୁ ସହରକୁ ଆସୁଥିବା ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ଲକ୍‌ଡାଉନ୍‌ ସମୟରେ ମଧ୍ୟ ବାଧାପ୍ରାପ୍ତ ହେବ।
ସୂଚନା ଯେ, ମୟୂରଭଞ୍ଜ ଜିଲାରେ ଥିବା କାଳଡ୍ୟାମ୍‌ରୁ ଅଧିକ ପରିମାଣରେ ଜଳ ନିଷ୍କାସନ ହୋଇ ସୋନ ନଦୀ ମାଧ୍ୟମରେ ଆସି ବୁଢ଼ାବଳଙ୍ଗ ନଦୀରେ ମିଶିବାରୁ ଲୁହାପୋଲ ତଳେ ମାଟି ଅତଡ଼ା ଖାଇଥିଲା। ଫଳରେ ପୋଲ ଦବିଥିବାର ଜଣାପଡ଼ିଛି। ଏହାକୁ ପ୍ରଶାସନ ପକ୍ଷରୁ ମରାମତି କରିବାର ବ୍ୟବସ୍ଥା କରାଯିବା ପାଇଁ ଉଦ୍ୟମ ଜାରି ଥିବାବେଳେ ଯାତାୟାତ ବନ୍ଦ କରାଯାଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri