ଦବିଲା ମହିଁଷାସୁରୀ ପୋଲ

କପ୍ତିପଦା,୨୯ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରାତନ ପୋଲ ଦବି ଯାଇଛି ା ଏହି ପୋଲରେ ବିରାଟ ଫାଟ ମଧ୍ୟ ସୃଷ୍ଟି ହୋଇଛି। ଫଳରେ ପୋଲଟି ଭାଙ୍ଗି ପଡ଼ିବା ସହିତ ଯୋଗାଯୋଗ ବିଚ୍ଛିନ୍ନ ହେବାର ଆଶଙ୍କା ସୃଷ୍ଟି ହୋଇଛି। ପୋଲ ଉପର ଦେଇ ଭାରୀଯାନ ଚଳାଚଳକୁ ନିଷିଦ୍ଧ କରାଯାଇଛି। ରାସ୍ତାଟି ଅଞ୍ଚଳର ମୁଖ୍ୟ ରାସ୍ତା ହୋଇଥିବା ବେଳେ ଏହା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି। ଖବରପାଇ ବିଭାଗୀୟ ସହକାରୀ ଯନ୍ତ୍ରୀ ସତ୍ୟବ୍ରତ ନାୟକ ଓ ଯନ୍ତ୍ରୀ ଜଗଦିଶ ବେହେରା ଘଟଣାସ୍ଥଳ ପରିଦର୍ଶନ କରି ଦବି ଯାଇଥିବା ସ୍ଥାନକୁ ବ୍ୟାରିକେଡ କରିବା ସହିତ ନାଲି ପତାକା ଲଗାଇଛନ୍ତି ା ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ନାୟକ ବିଭାଗୀୟ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରିବା ସହିତ ଉଦଳା ଉପ ଜିଲାପାଳ, କପ୍ତିପଦା ବିଡିଓ, ତହସିଲଦାର ଓ ଥାନା ଅଧିକାରିଣୀଙ୍କୁ ଅବଗତ କରିଛନ୍ତି। ବାରଣ ସତ୍ତ୍ୱେ ଏହି ବିପଦସଙ୍କୁଳ ପୋଲ ଉପରେ ଭାରୀଯାନ ଯାତାୟତ କରୁଥିବାରୁ ସମସ୍ୟା ମୁଣ୍ଡ ଟେକିଛି ା ବିପଦ ଥାଇ ମଧ୍ୟ କେହି ନିୟମ ମାନୁ ନ ଥିବାରୁ ଏହାକୁ ରୋକିବା ପାଇଁ ଘଟଣାସ୍ଥଳରେ ପୋଲିସ ମୁତୟନ କରିବାକୁ ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଏହି ପୋଲଟି ୪୦ ବର୍ଷ ତଳେ ନିର୍ମାଣ ହୋଇଥିବାବେଳେ ଏହାର ଉଚ୍ଚତା ମଧ୍ୟ ବହୁତ କମ୍‌ ା ଏହିି ରାସ୍ତା ଦେଇ ଯାଇଥିବା କଳମଗଡିଆ ସାରୀଶୁଆ ଅଞ୍ଚଳର ଖାଦାନରୁ ଟ୍ରକ ଓ ଡମ୍ପର ମାଧ୍ୟମରେ ପ୍ରତିଦିନ ପଥର ଚୋରାଚାଲାଣ ହେଉଛି ା ଦୀର୍ଘଦିନ ଧରି ଏହି ପୋଲ ଉପରେ ବହୁ ଭାରୀଯାନ ଚାଲୁଥିବାରୁ ପୋଲି ଦବି ଗଲା ବୋଲି ସ୍ଥାନୀୟ ଗ୍ରାମବାସୀ ପ୍ରକାଶ କରିଛନ୍ତି ା ଏହା ବ୍ୟତୀତ ପୋଲର ଉଚ୍ଚତା କମ୍‌ ଥିବାରୁ ନଦୀରେ ପାଣି ଆସିଲେ ଏହା ପାଣିରେ ବୁଡି ଯାଇଥାଏ ା ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି। କିଛି ଦିନ ତଳେ ସୋନ ଡ୍ୟାମରୁ ଜଳ ନିଷ୍କାସନ ମଧ୍ୟ କରାଯାଇଥିଲା। ଫଳରେ ଡ୍ୟାମ ଜଳର ପ୍ରଖର ସ୍ରୋତ ମଧ୍ୟ ପୋଲ ଦବି ଯିବାର ଏକ କାରଣ ହୋଇପାରେ ବୋଲି କୁହାଯାଉଛି। ଏହି ରାସ୍ତାଟି କପ୍ତିପଦା ବ୍ଲକ୍‌ ହେଡକ୍ୱାର୍ଟରକୁ ସଂଯୋଗ କରୁଛିା ପୋଲଟି ଭାଙ୍ଗି ପଡ଼ିଲେ ୬ଟି ପଞ୍ଚାୟତ ସହ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହେବା ସହିତ ପ୍ରାୟ ୪୦ ହଜାର ଲୋକ ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ରାସ୍ତାଟି ବାଲେଶ୍ୱର, ଔପଦା, ସୋର ଓ ଭଦ୍ରକ ସହିତ ସଂଯୋଗ କରୁଥିବା ବେଳେ ଲୋକେ କଟକ, ଭୂବନେଶ୍ୱର ମଧ୍ୟ ଏହି ରାସ୍ତା ଦେଇ ଯାଇଥାନ୍ତି ା ତେଣୁ ସାଧାରଣ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଏଠାରେ ଏକ ନୂତନ ପୋଲ ନିର୍ମାଣ ପାଇଁ ଦୀର୍ଘଦିନ ହେବ ସ୍ଥାନୀୟ ଲୋକେ ଦାବି କରି ଆସୁଛନ୍ତି। ବିଭାଗ ପକ୍ଷରୁ ପୋଲ ନିର୍ମାଣ ଲାଗି ପ୍ରସ୍ତାବ ଯାଇଥିଲେ ମଧ୍ୟ ଅଦ୍ୟାବଧି ତାହା କାର୍ଯ୍ୟକାରୀ ହୋଇପାରି ନାହିଁ ା ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ବିଭାଗ ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଅବଲୋକନ କରାଯିବ ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?