ଦମ୍ପତିଙ୍କ ଉପରେ ଓଲଟିଲା କ୍ରୋମ ବୋଝେଇ ଟିପ୍ପର

କଳିଙ୍ଗନଗର/ଡୁବୁରୀ, ୧୦।୧୨(ଡି.ଏନ.ଏ):ଯାଜପୁର ଜିଲା କଳିଙ୍ଗନଗର ଥାନା ପଙ୍କପାଳ ବଙ୍ଗଳା ଛକ ନିକଟରେ ସୋମବାର ଏକ କ୍ରୋମ ବୋଝେଇ ଟିପ୍ପର ଏକ ବାଇକ୍‌କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଫଳରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଦମ୍ପତି କ୍ରୋମ ତଳେ ଚାପି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ବାଇକ୍‌ ଆରୋହୀଙ୍କ ସମେତ ଦମ୍ପତିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଟାଟା ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ସମସ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଆହତ ଦମ୍ପତି ଢେଙ୍କାନାଳ ଜିଲା ନିହଲ ପ୍ରସାଦ ଥାନା ଖଣ୍ଡବନ୍ଧ ପଞ୍ଚାୟତର କାଲୁଣୀଗୋଡା ଗଁାର ଅଲେଖ ସିଂ(୩୦) ଓ ସୁଚିସ୍ମିତା ନାଥ(୨୨) ହୋଇଥିବାବେଳେ ବାଇକ୍‌ ଆରୋହୀ ଜେନାପୁର ଥାନା ରାଇଛନ୍ଦା ଗ୍ରାମର ସୁଶାନ୍ତ କୁମାର ସାହୁ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ଉଭୟ ସ୍ବାମୀ, ସ୍ତ୍ରୀ ଏକ ବାଇକ୍‌ରେ ଘରୁ ଦାନଗଦୀ ଯାଉଥିବାବେଳେ ବଙ୍ଗଳା ଛକ ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ। ଏହି ସମୟରେ ଡୁବୁରୀରୁ ଚଣ୍ଡିଖୋଲ ଆଡକୁ ଯାଉଥିବା ଏକ କ୍ରୋମ ବୋଝେଇ ଟିପ୍ପର (ନଂ. ଓଡି୧୬ସି୭୪୮୫) ସାମ୍ନାରୁ ବାଇକ୍‌ରେ ଆସୁଥିବା ସୁଶାନ୍ତଙ୍କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡିଥିଲା। ଫଳରେ ସେଠାରେ ଛିଡ଼ା ହୋଇଥିବା ଦମ୍ପତିଙ୍କ ଉପରେ କ୍ରୋମ ଢାଳି ହୋଇଯାଇଥିଲା। ଏହାଦେଖି ସ୍ଥାନୀୟ ଲୋକେ ଏବଂ କଳିଙ୍ଗନଗର ପୋଲିସ ପହଞ୍ଚତ୍ କ୍ରୋମାଇଟ ଭିତରୁ ଦମ୍ପତିଙ୍କୁ ଉଦ୍ଧାର କରିଥିଲେ। ଅଲେଖଙ୍କ ଗୋଟିଏ ଗୋଡ଼ ସମ୍ପୂର୍ଣ୍ଣ ଛେଚେରା ହୋଇଯାଇଥିବା ଜଣାପଡ଼ିଛି। ଅପରପକ୍ଷରେ ସୁଚିସ୍ମିତା ଗର୍ଭବତୀ ଥିବାବେଳେ ତାଙ୍କର ଗର୍ଭସ୍ଥ ଶିଶୁଟି ନଷ୍ଟ ହୋଇଯାଇଥିବା ଶୁଣିବାକୁ ମିଳୁଛି। ଦୁର୍ଘଟଣା ଘଟାଇ ଥିବା ଟିପ୍ପରକୁ କଳିଙ୍ଗନଗର ପୋଲିସ ଜବତ କରି ଘଟଣାର ତଦନ୍ତ ଚଳାଇଛି। ଟିପ୍ପର ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri