Posted inଜାତୀୟ

ଦଳିତ ଯୁବକଙ୍କୁ ଚୋର ଭାବି ଜାଳିଦେଲେ

ଲକ୍ଷ୍ନୌ,୨୪ା୭(ପି.ଟି.): ଉତ୍ତରପ୍ରଦେଶର ବାରାବାଙ୍କି ଜିଲାରେ ଜଣେ ଦଳିତ ଯୁବକ ବୁଲା କୁକୁରଙ୍କ ପ୍ରାଦୁର୍ଭାବରୁ ବଞ୍ଚତ୍ବା ପାଇଁ ଏକ ଘରେ ପଶିଯାଇଥିବାବେଳେ ତାଙ୍କୁ ଚୋର ମନେକରି ଜାଳି ଦିଆଯାଇଥିଲା। ସୁଜିତ କୁମାର ନାମକ ଉକ୍ତ ୨୮ ବର୍ଷୀୟ ଯୁବକଙ୍କ ଶରୀରର ୪୦% ପୋଡ଼ିଯାଇଥିବାବେଳେ ଲକ୍ଷ୍ନୌସ୍ଥିତ ଶ୍ୟାମାପ୍ରସାଦ ମୁଖାର୍ଜୀ ସିଭିଲ୍‌ ହସ୍ପିଟାଲରେ ସୋମବାର ତାଙ୍କର ମୃତ୍ୟୁ ଘଟିଛି। ଗତ ୧୯ ତାରିଖ ରାତି ୨ଟାରେ ସୁଜିତ ଦେବା ଅଞ୍ଚଳର ରାଘୋପୁରସ୍ଥିତ ତାଙ୍କ ଶ୍ୱଶୁର ଘରକୁ ଯାଉଥିବାବେଳେ ରାସ୍ତାରେ କୁକୁରମାନେ ତାଙ୍କୁ ଦେଖି ଭୁକିବାରେ ଲାଗିଥିଲେ। ସେ ବର୍ତ୍ତିଯିବା ପାଇଁ ଏକ ଘରକୁ ପଶିଯାଇଥିଲେ। ଘର ମାଲିକ ଚୋର ଭାବି ମାଡ଼ ମାରିବା ପରେ ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ। ପୋଲିସ ଏନେଇ ୪ ଜଣଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ଶ୍ରବଣ ଯାଦବ ଓ ଉମେଶ ଯାଦବଙ୍କୁ ଗତ ସପ୍ତାହରେ ଗିରଫ କରିଥିଲା। ପରେ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri