Posted inଜାତୀୟ

ଦଳିତ ଯୁବକଙ୍କୁ ବିବାହ କରିଥିବାରୁ ଜୀବନ ପ୍ରତି ବିପଦ ଥିବା ଦର୍ଶାଇଲେ ବିଧାୟକଙ୍କ ଝିଅ

ଲକ୍ଷ୍ନୌ,୧୧।୭: ଉତ୍ତର ପ୍ରଦେଶ ବରେଲିର ଜଣେ ବିଧାୟକଙ୍କ ଝିଅ ଦଳିତ ଯୁବକଙ୍କୁ ବିବାହ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଉଭୟ ସୁରକ୍ଷା ପାଇଁ ନିବେଦନ କରୁଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଝିଅ ଜଣଙ୍କ ବରେଲିର ବିଧାୟକ ରାଜେଶ ମିଶ୍ରଙ୍କ ଝିଅ ସାକ୍ଷୀ ମିଶ୍ର(୨୩) ହୋଇଥିବା ବେଳେ ପୁଅ ଜଣଙ୍କ ହେଉଛନ୍ତି ଅଜିତେଶ କୁମାର ଯେ କି ଏକ ଦଳିତ ପରିବାରର। ତେଣୁ ବିଧାୟକଙ୍କ ପରିବାର ଲୋକେ ଏହି ବିବାହକୁ ଗ୍ରହଣ କରି ପାରୁ ନାହାଁନ୍ତି। ଏମିତିକି ସେ ଘରୁ ଚାଲିଯାଇ ଯେଉଁଠି ବିବାହ କରିଛନ୍ତି ସେଠାକୁ ମଧ୍ୟ ବିଧାୟକଙ୍କ ଲୋକ ଯାଇ ସେମାନଙ୍କୁ ଖୋଜାଖୋଜି କରୁଥିବା ଉଭୟ ଭିଡିଓରେ କହୁଛନ୍ତି। ଏହାପରେ ସାକ୍ଷୀ କହିଛନ୍ତି ଯଦି ତାଙ୍କୁ ସୁରକ୍ଷା ନ ମିଳେ ତେବେ ତାଙ୍କ ବିଧାୟକ ପିତା ହୁଏତ ତାଙ୍କୁ ଜୀବନରୁ ମାରି ଦେଇ ପାରନ୍ତି। ତେଣୁ ତାଙ୍କୁ ସୁରକ୍ଷା ଦିଆଯାଉ ବୋଲି ସେ ଅନୁରୋଧ କରିଛନ୍ତି। ଏବେ ଏମିତି ପ୍ରାୟ ୨ଟି ଭିଡିଓ ବରେଲିରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଥଣ୍‌ଡା ଓ କୁହୁଡି ଯୋଗୁ ସ୍କୁଲ-କଲେଜ ଛୁଟି ଘୋଷଣା, ମୁଖ୍ୟମନ୍ତ୍ରୀ ଜାରି କଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଘନ କୁହୁଡ଼ି ଏବଂ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି, ରାଜ୍ୟ ସରକାର ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ପାଇଁ ଜାନୁଆରୀ 5...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri