ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗ: ୨ ବ୍ଲକ ବିଜେଡି ସଭାପତି ନିଲମ୍ବିତ

ଦଶରଥପୁର,୨୭ା୫(ଡି.ଏନ.ଏ.)- ଦଳରେ ରହି ଦଳ ବିରୋଧରେ ଅନ୍ତର୍ଘାତୀ କାର୍ଯ୍ୟ କରିବା ଯୋଗୁ ବିଜେଡିର ଦଶରଥପୁର ବ୍ଲକ ସଭାପତି ସୁବାସ ଚନ୍ଦ୍ର ମହାନ୍ତି ଏବଂ ଯାଜପୁର ବ୍ଲକ ସଭାପତି ପ୍ରଭାତ ଘଡାଇଙ୍କୁ ସୋମବାର ପଦରୁ ନିଲମ୍ବିତ କରାଯାଇଛି। ଯାଜପୁର ଜିଲା ବିଜେଡି ସଭାପତି ସରୋଜ ମହାପାତ୍ର ୨୭ା୦୫ା୨୦୧୯, ପ୍ରେସ ଇସ୍ତାହାର ପତ୍ର ସଂଖ୍ୟା-୦୮ ଜରିଆରେ ଏହା ପ୍ରକାଶ କରିଛନ୍ତି। ତେବେ ନିଲମ୍ବିତ ୨ ବ୍ଲକ ସଭାପତିଙ୍କ ସ୍ଥାନରେ ଦଶରଥପୁର ବ୍ଲକରେ ଅଜୟ କୁମାର ମହାନ୍ତି ଏବଂ ଯାଜପୁର ବ୍ଲକ ସଭାପତିଭାବେ ପରେଶ କୁମାର ବିଶ୍ୱାଳଙ୍କୁ ନୂତନ ଭାବେ ନିଯୁକ୍ତି କରାଯାଇଛି। ଏତଦ୍‌ବ୍ୟତୀତ ଦଶରଥପୁର ବ୍ଲକ ଛଚିଣା ପଞ୍ଚାୟତର ପ୍ରକାଶ ଚନ୍ଦ୍ର ସାମଲଙ୍କୁ ଯାଜପୁର ଜିଲା ସମ୍ପାଦକ ଭାବେ ନୂଆ କରି ନିଯୁକ୍ତି ମିଳିବା ସହ ଦଶରଥପୁର ବ୍ଲକର ସାଂଗଠନିକ ଦାୟିତ୍ୱ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୁବାସ ମହାନ୍ତି ଏବଂ ପ୍ରଭାତ ଘଡାଇ ଦଳର ବ୍ଲକ ସଭାପତି ଆସନରେ ଥାଇ ସଦ୍ୟସମାପ୍ତ ସାଧାରଣ ନିର୍ବାଚନରେ ଦଳ ବିରୋଧରେ ଅନ୍ତର୍ଘାତୀ କାର୍ଯ୍ୟ କରିଥିବା ଅଭିଯୋଗ ଆସିଥିଲା। ଫଳରେ ଉଭୟଙ୍କୁ ନିଲମ୍ବିତ କରାଯାଇଥିବା ଯାଜପୁର ଜିଲା ବିଜେଡି ସଭାପତି ମହାପାତ୍ର ମଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?