ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସରେ ଦୁର୍ନୀତି: ତଦନ୍ତ କଲେ ବିଡିଓ

ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଶୁକ୍ରବାର ଦଶପଲ୍ଲା ବିଡିଓ ଦେବୀପ୍ରସାଦ ମହାନ୍ତି ଦଶପଲ୍ଲା ଏନ୍‌ଏସି ଅନ୍ତର୍ଗତ ୧୬ନଂ. ଓ୍ବାର୍ଡ ଖଣ୍ଡପଡ଼ାରେ ପହଞ୍ଚି ଏହାର ତଦନ୍ତ କରିଥିଲେ। ମଙ୍ଗଳବାର ପୁନର୍ବାର ବଳକା ରହିଥିବା ଘରର ତଦନ୍ତ କରାଯିବ ବୋଲି ବିଡିଓ ମହାନ୍ତି ସୂଚନା ଦେଇଛନ୍ତି। ଶୁକ୍ରବାର ପାଖାପାଖି ୬୦ଟି ଘରର ତଦନ୍ତ କରାଯାଇଥିବା ବେଳେ ସେଥିରୁ ଏକାଧିକ ଅଯୋଗ୍ୟ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘର ହାତେଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଗତ ସୋମବାର ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବିଭୂତି ଭୂଷଣ ବରାଡ଼ ନାମକ ଜଣେ ଯୁବକ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ସରକାରୀ କର୍ମଚାରୀଙ୍କଠାରୁ ଆରମ୍ଭ କରି ଅଯୋଗ୍ୟ ହିତାଧିକାରୀ ଏପରି କି ଯେଉଁମାନେ ପୂର୍ବରୁ ଘର ପାଇଛନ୍ତି ସେମାନେ ପକ୍କା ଘର ପାଇଥିବା ଅଭିଯୋଗ ହୋଇଥିଲା। ତଦନ୍ତ ପରେ ଉକ୍ତ ୱାର୍ଡ଼ର କିଛି ବ୍ୟକ୍ତି ବିଭୂତିଙ୍କୁ ଧମକ ଦେଇଥିବା ବେଳେ ସେ ଶନିବାର ନିଜର ସୁରକ୍ଷା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୧ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri