ଓଡ଼ଗାଁ,୨୧ା୨(ସ୍ବ.ପ୍ର.): ନୟାଗଡ ଜିଲା ଓଡ଼ଗାଁ ରାଧାକାନ୍ତ ବାଳିକା ହାଇସ୍କୁଲ ଦ୍ୱାରା ପରିଚାଳିତ ୧୧୦ ଶଯ୍ୟା ବିଶିଷ୍ଟ ଏସ୍ସି/ଏସ୍ଟି ଛାତ୍ରୀ ନିବାସରେ ରହୁଥିବା ଦଶମ ଶ୍ରେଣୀ ପରୀକ୍ଷାର୍ଥୀ (ଛାତ୍ରୀ)ଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏ ନେଇ ଓଡଗାଁ ଥାନାରେ ଏକ ଅପମୃତ୍ୟୁ (୩/୨୦) ମାମଲା ରୁଜୁ ହେବା ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛି। ମୃତ ଛାତ୍ରୀ ହେଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପୁରୁଣାପାଣି ଗ୍ରାମର ଭାସ୍କର ଜାନିଙ୍କ ଝିଅ ଜ୍ୟୋତିର୍ମୟୀ ଜାନି (୧୪)। ସେ ଉକ୍ତ ସ୍କୁଲରେ ଏସ୍ସି/ଏସ୍ଟି ଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଛାତ୍ରୀନିବାସରେ ରହି ପଢୁଥିବା ବେଳେ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରୁ ପ୍ରାପ୍ତ ସୂଚନା ଅନୁସାରେ ଜ୍ୟୋତିର୍ମୟୀଙ୍କ ଅବସ୍ଥା ସ୍ବାଭାବିକ ଥିଲା। ସେ ସକାଳେ ସାମାନ୍ୟ ଭାତ ଖାଇବା ପରେ ପରୀକ୍ଷା ନିମନ୍ତେ ପ୍ରସ୍ତୁତି କରୁଥିଲେ। ସାଢେ ୮ଟାରେ ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ହଷ୍ଟେଲ ମାଟ୍ରନ ଛାତ୍ରୀଙ୍କ ଗୋଡରେ ତେଲ ମାଲିସ କରିଥିଲେ ଓ ସାଢେ ୯ଟାରେ ସ୍କୁଲକୁ ଯାଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଏ ନେଇ ଛାତ୍ରୀଙ୍କ ବାପାଙ୍କୁ ଜଣାଇଥିଲେ। ସେମାନେ ପହଞ୍ଚତ୍ବା ପରେ ମାଟ୍ରନ ସହିତ ଅସୁସ୍ଥ ଛାତ୍ରୀଙ୍କୁ ଡାକ୍ତରଖାନା ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଥିଲେ। ନୟାଗଡ ଡାକ୍ତରଖାନାରେ ପହଞ୍ଚତ୍ଲା ପରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ଏ ସମ୍ପର୍କରେ ଛାତ୍ରୀଙ୍କ ବାପାଙ୍କ ଲିଖିତ ଅଭିଯୋଗ ଅନୁସାରେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରିଛି।
Posted inଆମ ଜିଲା ଖବର, ନୟାଗଡ଼ View All
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…
ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା
ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…
ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର
ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…
ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…
ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…
ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ
ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…
Archives

