ଦଶରଥପୁର ବିଡିଓଙ୍କ ନାମରେ ମାମଲା ରୁଜୁ

ଯାଜପୁର ଅଫିସ,୭।୨: ଯାଜପୁର ଜିଲା ଦଶରଥପୁର ବ୍ଲକରେ ଗତ ୧ ତାରିଖରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ମଙ୍ଗଳପୁର ପୋଲିସ ଉଭୟପକ୍ଷଙ୍କ ଅଭିଯୋଗ ଉପରେ ୨ଟି ମାମଲା ରୁଜୁ କରିଛି। ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକଙ୍କ ଅଭିଯୋଗକୁ ଭିତ୍ତି କରି ଆଶୁତୋଷ ପାଣିଗ୍ରାହୀଙ୍କ ନାମରେ ଆଇପିସି ଦଫା ୫୦୬, ୧୮୬,୩୪୧,୨୯୪ରେ ଏକ ମାମଲା(ନଂ. ୪୬/୨୦) ରୁଜୁ ହୋଇଛି। ସେହିପରି ଆଶୁତୋଷଙ୍କ ଅଭିଯୋଗକୁ ଭିତ୍ତିକରି ବିଡିଓ ନାୟକଙ୍କ ନାମରେ ଆଇପିସି ଦଫା ୩୪୧,୨୯୪,୩୨୩,୫୦୬ରେ ପୋଲିସ ଏକ ମାମଲା(ନଂ. ୪୮/୨୦) ରୁଜୁ କରିଛି। ପ୍ରକାଶ ଯେ, ଗତ ୧ ତାରିଖରେ ଦଶରଥପୁର ଗ୍ରାମର ଆଶୁତୋଷ, ଓଡେଇ ଗ୍ରାମର ବିଜୟ କୁମାର ମଲ୍ଲିକ ଓ କଣ୍ଟପଡା ଗ୍ରାମର ଶ୍ରୀନିବାସ ରାଉତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଲ୍‌ ସମ୍ପର୍କରେ ଆଲୋଚନା କରିବା ନିମନ୍ତେ ବିଡିଓଙ୍କ ନିକଟକୁ ଯାଇଥିବା ବେଳେ କୌଣସି କାରଣ ବଶତଃ ଉଭୟପକ୍ଷଙ୍କ ମଧ୍ୟରେ ଉଚ୍ଚବାଚ ହୋଇଥିଲା। ଏନେଇ ଉଭୟ ପକ୍ଷ ଥାନାର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri