Posted inଜାତୀୟ

ଦଶହରାରେ ରାଫାଲ୍‌ ସହିତ ଶସ୍ତ୍ର ପୂଜନ କରିବେ ରାଜନାଥ

ନୂଆଦିଲ୍ଲୀ,୬।୧୦: ଅକ୍ଟୋବର ୮ରେ ଦଶହରା ଏବଂ ବାୟୁସେନା ଦିବସ ଗୋଟିଏ ଦିନରେ ପଡୁଛି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୋର୍ଡିଅକ୍ସ୍‌ ନିକଟରେ ମେରିନିକ୍‌ଠାରେ ରାଫାଲ ଯୁଦ୍ଧ ବିମାନକୁ ରିସିଭ୍‌ କରି ଶସ୍ତ୍ର ପୂଜନ କରିବେ। ଏହାପରେ ଅକ୍ଟୋବର ୯ରେ ବରିଷ୍ଠ ବାୟୁସେନା ଅଧିକାରୀଙ୍କ ସହିତ ପ୍ୟାରିସ୍‌ ଯିବେ। ତାଙ୍କ ସହ ବାୟୁସେନା ଉପମୁଖ୍ୟ ଏୟାର ମାର୍ଶଲ ଏଚ୍‌.ଏସ୍‌. ଆରୋରା ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି। ଭାରତର ଆବଶ୍ୟକତା ଅନୁସାରେ ରାଫାଲରେ ପରିବର୍ତ୍ତନ କରାଯାଇଛି। ଏଥିପାଇଁ ୨୪ ପାଇଲଟ୍‌ଙ୍କୁ ୩ ଦଳରେ ବିଭକ୍ତ କରାଯାଇ ମେ ୨୦୨୦ ପର୍ଯ୍ୟନ୍ତ ତାଲିମ୍‌ ଦିଆଯିବ। ସୂଚନାଯୋଗ୍ୟ, ରାଜନାଥ ସ୍ବରାଷ୍ଟ୍ର ମନ୍ତ୍ରୀ ଥିବାବେଳେ ଏଭଳି ଶସ୍ତ୍ର ପୂଜନ କରିଥିଲେ। ଗତବର୍ଷ ସେ ବିଏସ୍‌ଏଫ୍‌ ଯବାନଙ୍କ ସହିତ ଶସ୍ତ୍ର ପୂଜନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri