ଦହିସଢ଼ାଠାରେ ଦୁଇ ବାଇକ୍‌ ମଧ୍ୟରେ ଧକ୍କା: ଗାଡ଼ିରୁ ଖସି ପଡ଼ିବାରୁ ଚଢ଼ିଗଲା ଟ୍ରକ୍‌, ଜଣେ ମୃତ

ସୋର,୭।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦହିସଢ଼ାଠାରେ ଶୁକ୍ରବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମୁଗୁନପୁର ଗ୍ରାମର ଶଶିକାନ୍ତ ନାୟକ(୪୫)।

ସୂଚନାନୁଯାୟୀ, ବିିପରୀତ ପଟୁ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ଧକ୍କା ହେବା ପରେ ଶଶିକାନ୍ତ ତଳେ ପଡ଼ିଯାଇଥିଲେ। ଏହି ସମୟରେ ଉକ୍ତ ରାସ୍ତା ଦେଇ ଯାଉଥିବା କୁକୁଡ଼ା ଭର୍ତ୍ତି ଟ୍ରକ୍‌ଟି ତାଙ୍କ ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ସୋର ପୋଲିସ ପହଞ୍ଚି ମୃତଦେହ ଜବତ କରିଛନ୍ତି। ସ୍ଥାନୀୟ ଲୋକେ ଟ୍ରକ୍‌କୁ ଅଟକ ରଖିବା ସହ ରାସ୍ତା ଅବରୋଧ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri