ଦାଦନଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ: ଶାହା

ନୂଆଦିଲ୍ଲୀ,୨୯ା୩(ପି.ଟି.): ୨୧ ଦିନିଆ ଲକ୍‌ଡାଉନ ବେଳେ ଦାଦନ ଶ୍ରମିକମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଶନିବାର କହିଛନ୍ତି। ନିଜ ରାଜ୍ୟକୁ ଫେରି ନ ପାରି ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଦାଦନ ଶ୍ରମିକ ଓ ତୀର୍ଥଯାତ୍ରୀମାନଙ୍କ ଲାଗି ତୁରନ୍ତ ରିଲିଫ୍‌ କ୍ୟାମ୍ପ ସ୍ଥାପନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଦାଦନ ଶ୍ରମିକଙ୍କୁ ସମସ୍ତ ସୁବିଧା ଯୋଗାଇଦିଆଯିବ ବୋଲି କୋଭିଡ୍‌-୧୯ ମୁକାବିଲା ସମ୍ପର୍କିତ ସ୍ଥିତି ସମୀକ୍ଷା ବେଳେ ଶାହା କହିଛନ୍ତି। ଏଥିପାଇଁ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (ଏସ୍‌ଡିଆର୍‌ଏଫ୍‌)ରୁ ଅର୍ଥ ବ୍ୟୟ କରିବାକୁ ରାଜ୍ୟଗୁଡ଼ିକୁ ଅନୁମତି ଦିଆଯାଇଛି। ଆସନ୍ତା ଆର୍ଥତ୍କ ବର୍ଷ ଲାଗି ସରକାର ଏସ୍‌ଡିଆର୍‌ଏଫକୁ ୨୯,୦୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସେହିପରି ଦାଦନଙ୍କ ସ୍ବାସଥ୍ୟ ପରୀକ୍ଷା ଲାଗି କ୍ୟାମ୍ପ କରିବା ପାଇଁ ମଧ୍ୟ ରାଜ୍ୟଗୁଡ଼ିକୁ କୁହାଯଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri