ଦାଦନଙ୍କ ସମସ୍ୟା ସମାଧାନ କର

ନୂଆଦିଲ୍ଲୀ,୩ା୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦାଦନ ଶ୍ରମିକମାନଙ୍କର ଆପତ୍ତି ଅଭିଯୋଗର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପ୍ରୀତି ସୁଦନ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖି ଦାଦନ ସମସ୍ୟାର ସମାଧାନ କରିବାକୁ କହିଛନ୍ତି। ଲକ୍‌ଡାଉନ ଯୋଗୁ ଦାଦନ ଶ୍ରମିକମାନେ ବିଭିନ୍ନ ସହରରେ ଅଟକି ରହି ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ପାଇଁ ରିଲିଫ କ୍ୟାମ୍ପ, ଆଶ୍ରୟ ସ୍ଥଳ ସ୍ଥାପନ କରିବା ସହ ପର୍ଯ୍ୟାପ୍ତ ଚିକିତ୍ସା ସୁବିଧା ଓ ଖାଦ୍ୟ ପାନୀୟ ବ୍ୟବସ୍ଥା କରିବା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଦାଦନମାନେ ଫେରି ନ ଯିବା ପାଇଁ ବୁଝାସୁଝା କରିବାକୁ ପ୍ରଶିକ୍ଷଣପ୍ରାପ୍ତ ପରାମର୍ଶଦାତା ଓ ବିଭିନ୍ନ ଧର୍ମ ସମ୍ପ୍ରଦାୟର ନେତାଙ୍କୁ ନିୟୋଜିତ କରିବାକୁ ମଧ୍ୟ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ମିଛ ଖବର ପ୍ରସାରଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣ ଖବର ପଛର ସତ୍ୟତା ଯାଞ୍ଚ କରିବା ପାଇଁ କେନ୍ଦ୍ର ସରକାର ଏକ ଓ୍ବେବ୍‌-ପୋର୍ଟାଲ ସ୍ଥାପନ କରିଛନ୍ତି। ରାଜ୍ୟଗୁଡ଼ିକ ଅନୁରୂପ ବ୍ୟବସ୍ଥା ଗ୍ରହଣ କରିବାକୁ କେନ୍ଦ୍ର ପକ୍ଷରୁ ଅନୁରୋଧ କରାଯାଇଛି। ଭୁଲ୍‌ ଖବର ପ୍ରସାରଣ ଯୋଗୁ ଦାଦନ ଶ୍ରମିକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା ଓ ସେମାନେ ଗଣପଳାୟନ ଲାଗି ବାହାରିଥିଲେ। ଏହାକୁ ସୁପ୍ରିମକୋର୍ଟ ଗୁରୁତ୍ୱର ସହ ନେଇଛନ୍ତି। ଏଭଳି ଖବର ପ୍ରସାରଣ ଦ୍ୱାରା ଦାଦନମାନଙ୍କୁ ଅକଥନୀୟ ଦୁର୍ଦ୍ଦଶାର ସାମ୍ନା କରିବାକୁ ପଡିଥିବା ସର୍ବୋଚ୍ଚ ଅଦାଲତ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri