ଦାଦନ ଖଟିବାକୁ ଯାଇ ୪ ଯୁବକ ନିର୍ଯାତନାର ଶିକାର

ପାଟଣା,୧୦।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ବଡ଼ବିଲ ପଞ୍ଚାୟତ ଟଭାସରୁଆ ଗ୍ରାମର ୪ଜଣ ଯୁବକ ୩ ଜଣ ଦଲାଲଙ୍କ ଜରଆରେ ଦିଲ୍ଲୀ ଯାଇ ପରେ ରାଜସ୍ଥାନର ଆଇସ୍କ୍ରିମ ଫ୍ୟାକ୍ଟ୍ରିରେ ଦାଦନ ଖଟିିବା ବେଳେ ନିର୍ଯାତନାର ଶିକାର ହେଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସ୍ଥାନୀୟ ଦଲାଲମାନେ ଏମାନଙ୍କୁ ଗାଁରୁ ନେଇଯାଇ ଦିଲ୍ଲୀରେ ରହୁଥିବା ଜଣେ ଦଲାଲଙ୍କୁ ବିକ୍ରି କରିଦେଇଥିବା ସୂଚନା ପାଇବା ପରେ ୪ ଯୁବକଙ୍କ ମା’ ଖଇର ନାୟକ, ସୁମତି ମହାରଣା, ପାର ମାହାକୁଡ଼ ଓ ଇନ୍ଦୁମତୀ ମାହାକୁଡ଼ ପାଟଣା ଥାନାରେ ଗତ ୨୦ ତାରିଖରେ ଅଭିଯୋଗ କରିଥିଲେ। ଏହାମଧ୍ୟରେ ୩ ସପ୍ତାହ ବିତିବାକୁ ବସିଥିବା ବେଳେ ଏ ପର୍ଯ୍ୟନ୍ତ ପୋଲିସ ସେମାନଙ୍କୁ ଠାବ କରି ପାରି ନାହିଁ ା
ଏ ସମ୍ପର୍କରେ ଥାନା ଏଏସଆଇ ସୁଧାଂଶୁଶେଖର ଜେନାଙ୍କୁ ପଚାରିବାରୁ କହିଛନ୍ତି, ଅଭିଯୋଗ ନେଇ ତଦନ୍ତ ଜାରି ରହିଛି । ଟଭାସରୁଆ ଗ୍ରାମର ୩ ଦଲାଲ ଗତ ମେ ୨୦ ତାରଖରେ ଲଗେଶ ନାୟକ, ରାଜା ମହାରଣା,ବଳରାମ ମାହାକୁଡ଼ ଓ ସାଗର ମାହାକୁଡ଼ଙ୍କୁ ଏକ ମେଡ଼ିସିନ କମ୍ପାନୀରେ ମାସକୁ ୧୦ ହଜାର ଟଙ୍କା ଦରମାରେ ଚାକିରି କରାଇଦେବା କଥା କହି ଦିଲ୍ଲୀ ନେଇ ଯାଇଥିଲେ। ପରେ ସେମାନଙ୍କୁ ରାଜସ୍ଥାନ ନିଆଯାଇ ନିର୍ଯାତନା ଦିଆଯିବାରୁ ସେମାନେ କୌଶଳ କ୍ରମେ ଅନ୍ୟ ଲୋକଙ୍କ ଫୋନରୁ କଲ୍‌ କରି ସେମାନଙ୍କୁ ଉଦ୍ଧାର କରିବା ସକାଶେ ଘର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକଙ୍କ ସୂଚନା ଅନୁଯାୟୀ ରାଜସ୍ଥାନର ବୈଶାଳୀ ନଗର ଏକ ଆଇସ୍କ୍ରିମ ଫ୍ୟାକ୍ଟ୍ରି ରେ ଏହି ଯୁବକମାନେ ଅଢେଇ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଦାଦନ ଶ୍ରମିକ ଭାବେ କାମ କରୁଛନ୍ତି। ଫ୍ୟାକ୍ଟ୍ରି ମାଲିକ ସେମାନଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଛନ୍ତି। ୪ ଯୁବକଙ୍କ ମା’ ବାପା ପିଲାମାନଙ୍କୁ ଉଦ୍ଧାର କରିବାକୁ ପ୍ରଶାସନକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri