ଦାବି ଶୁଣିଲେନି ସରକାର: ୬ ଘଣ୍ଟା ଇନ୍ଦ୍ରାବତୀ ବଜାର ବନ୍ଦ

ନବରଙ୍ଗପୁର, ୧୬।୧୨(ଡି.ଏନ୍‌.ଏ.): ଗତ ୩୦ ବର୍ଷ ହେଲା ସରକାର ଦାବି ଶୁଣୁ ନାହାନ୍ତି। ତେଣୁ ବିସ୍ଥାପିତଙ୍କ ଥଇଥାନ ଦାବିରେ ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ବଜାର ବୁଧବାର ସକାଳୁ ୬ ଘଣ୍ଟା ପାଇଁ ବନ୍ଦ ରହିଛି। ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳ ଗଣ ପରିଷଦ ପକ୍ଷରୁ ଏହି ଡାକରା ଦିଆଯାଇଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବଜାର ବନ୍ଦ ରଖିବାକୁ ପରିଷଦ ପକ୍ଷରୁ ଡାକରା ଦିଆଯାଇଛି। ଫଳରେ ଦୋକାନ, ବଜାର, ଗାଡ଼ି ମୋଟର ଚଳାଚଳ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି।

ଦୀର୍ଘ ଦିନ ହେଲା ବିସ୍ଥାପିତ ସମସ୍ୟା ଲାଗି ରହିଥିବା ବେଳେ ଏହାର ସମାଧାନ ନିମନ୍ତେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏହାର ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ ଗୃହରେ ଧାରଣା ଦେଲେ ପ୍ରବାସୀ

ଭଦ୍ରକ ଅଫିସ, ୨୨ା୫- ଭଦ୍ରକ ଜିଲାର ବିଭିନ୍ନ ସଙ୍ଗରୋଧ ଗୃହରେ ଥିବା ପ୍ରବାସୀ ଓଡ଼ିଆମାନେ ଗୁରୁବାର ଧାରଣା ଦେଇଥିଲେ। ୧୫ ଦିନରୁ ଊର୍ଦ୍ଧ୍ୱ ହେବ ସଂଗରୋଧ...

ଜିଲାରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

କେନ୍ଦ୍ରାପଡା ଅଫିସ, ୨୭ା୫ : ଆସନ୍ତା ଜୁନ ସୁଦ୍ଧା ଓଡ଼ିଶାରେ ମୌସୁମୀ ବାୟୁ ପ୍ରବାହିତ ହେବ ବୋଲି ପାଣି ବିଭାଗ ପୂର୍ବନୁମାନ କରିଛି। ମାତ୍ର ଏହି...

ସ୍କୁଲ ଆସିବାରେ ବିଳମ୍ବ : ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ଗୋପାଳପୁର,୧୬ା୯-ବିଦ୍ୟାଳୟକୁ ବିଳମ୍ବରେ ଆସିବା ନେଇ ଶନିବାର ରଙ୍ଗେଇଲୁଣ୍ଡା ବ୍ଲକ ପାର୍ବତୀପୁରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ...

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ...

ଜୁନ୍‌ ପହିଲାରୁ ଚାଲିବ ବସ୍‌

ଭୁବନେଶ୍ୱର, ୨୭ା୫(ବ୍ୟୁରୋ): ରାଜ୍ୟ ସରକାର ଘରୋଇ ବସ୍‌ ଉପରୁ ୩ ମାସର ଟିକସ ଛାଡ କରିଛନ୍ତି। ଏପ୍ରିଲ, ମେ ଏବଂ ଜୁନ୍‌ ମାସର ଟିକସ ବସ୍‌ମାଲିକଙ୍କୁ...

ବେଧଡକ ଚାଲିଛି ଗଛକଟା, ଧ୍ୱଂସ ପାଉଛି ଜଙ୍ଗଲ

ଲେଫ୍ରିପଡା,୧୫।୧୧(ଡି.ଏନ.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଗୁଣ୍ଡିଆଡିହି ସେକ୍‌ସନ ଅଞ୍ଚଳରେ ବେଧଡକ ଭାବେ ଗଛକଟା ଚାଲଛି। ଫଳରେ ଜଙ୍ଗଲ ନଷ୍ଟ ହୋଇଯାଉଛି। ବନବିଭାଗ...

ଆଠମଲ୍ଲିକରେ ଝଡ଼ତୋଫାନ

ଆଠମଲ୍ଲିକ,୧୨।୧(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ମଙ୍ଗଳବାର ଅଦିନିଆ ବର୍ଷା ସହ ପ୍ରବଳ ପବନ ଓ କୁଆପଥର ମାଡ଼ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଝଡ଼ତୋଫାନ...

ମାଛ ଧରୁଥିବା ବେଳେ ଯୁବକଙ୍କୁ ଟାଣିନେଲା କୁମ୍ଭୀର, ମିଳୁନି ପତ୍ତା

ବରୀ,୩ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ତନ୍ତୀ ଘାଇ ଶାଖା ଚିଙ୍ଗୁଡ଼ିଆ ନାଳରେ ଏକ କୁମ୍ଭୀର ଜଣେ ଯୁବକଙ୍କୁ ବୁଧବାର ଟାଣି ନେଇଛି। ସେ ହେଲେ...

Advertisement
Archives

Model This Week