ଦାରିଙ୍ଗବାଡ଼ି ଅଞ୍ଚଳରେ ସୁଧୁରୁନି ପରିବହନ ବ୍ୟବସ୍ଥା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଭାଗୀୟ ତତ୍ପରତା

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ସହ ଯାନବାହନ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଶନିବାର ସନ୍ଧ୍ୟାରେ ରାସ୍ତା ବ୍ଲକିଂ କରାଯାଇ ଯାନବାହନ ଯାଞ୍ଚ କରାଯାଇଛି । ଆଇଆଇସି ଅଲେଖ ଗରଡ଼ିଆ ସଦଳବଳେ ଏହି ଯାଞ୍ଚ କରିଛନ୍ତି । ଦୁର୍ଘଟଣା ରୋକିବା ସହ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ପକ୍ଷରୁ ଅଭିଯାନ ଚାଲିଥିବା ବେଳେ ବର୍ତ୍ତମାନ ଏ ନେଇ ଦୃଢ଼ ପଦକ୍ଷେପ ନିଆଯାଉଛି ବୋଲି ପୋଲିସ କହିଛି । ଗାଡ଼ିଚାଳକ ମଦ ପିଇ ବିଭିନ୍ନ ସମୟରେ ଘଟାଉଥିବା ଦୁର୍ଘଟଣାକୁ ରୋକିବା ପାଇଁ କନ୍ଧମାଳ ଏସ୍‌ପି ପ୍ରତୀକ ସିଂ ଏବଂ ବାଲିଗୁଡ଼ା ଏସ୍‌ଡିପିଓ ବିନିତ ଅଗ୍ରୱାଲଙ୍କ ନିର୍ଦ୍ଦେଶକ୍ରମେ ଆଇଆଇସି ଗରଡ଼ିଆ ଦୃଢ଼ ପଦକ୍ଷେପ ନେଇ ଡ୍ରାଇଭିଂ ଲାଇସେନ୍ସ ସହ ଗାଡ଼ି କାଗଜପତ୍ର ଯାଞ୍ଚ କରିଛନ୍ତି । ଏଥିରେ ପ୍ରାୟ ୬ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ଆଇଆଇସି କହିଛନ୍ତି ।
ସେହିପରି ଉପାନ୍ତ ଅଞ୍ଚଳକୁ ଯାତାୟାତ କରୁଥିବା ସରକାରୀ ବସ୍‌ ଉପରେ ଯାତ୍ରୀବୁହା ଘଟଣାରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ହାତୀମୁଣ୍ଡାଠାରୁ ଫୁଲବାଣୀ ଭାୟା ଦାରିଙ୍ଗବାଡ଼ି ଦେଇ ଯାଉଥିବା ବସ୍‌ର ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ କାର୍ଯ୍ୟାଳୟରୁ ଯେଉଁ ପର୍ଯ୍ୟନ୍ତ ନିର୍ଦ୍ଦେଶ ନ ମିଳିଛି ସେପର୍ଯ୍ୟନ୍ତ କାର୍ଯ୍ୟରୁ ନିବୃତ୍ତ କରାଯାଇଥିବା ଏମ୍‌ଭିଆଇ ଗତିକୃଷ୍ଣ ସାମନ୍ତରାୟ କହିଛନ୍ତି। ପରବତ୍ତର୍ର୍ୀ ଶୁଣାଣି ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ଜାରି ରହିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଅଞ୍ଚଳରେ ପରିବହନ ବ୍ୟବସ୍ଥା ସୁଧୁରୁ ନ ଥିବା ନେଇ ଗୁରୁବାର ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିଲା। ଏହାପରେ ଉଭୟ ବିଭାଗ ତପତ୍ରତା ଦେଖାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri