ଦାରିଙ୍ଗବାଡିରେ ପ୍ରବଳ ବର୍ଷା ସହ ଶୀତ ଅନୁଭୂତ

ଦାରିଙ୍ଗବାଡି,୫।୨(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ପ୍ରଭାବରେ ବୁଧବାର ସକାଳଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ବର୍ଷା ଯୋଗୁ ଶୀତର ପ୍ରକୋପ ମଧ୍ୟ ବୃଦ୍ଧି ପାଇବା ସହ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଗତ ୩ଦିନ ହେଲା ଅଞ୍ଚଳରେ କୋହଲା ପାଗ ସହ ଘନ କୁହୁଡି ଆଚ୍ଛାଦିତ ହୋଇ ରହୁଥିଲା। ଏଥିସହ ଝିପିଝିପି ବର୍ଷା ମଧ୍ୟ ହେଉଥିଲା। ତେବେ ବୁଧବାର ବର୍ଷାର ମାତ୍ରା ବୃଦ୍ଧି ପାଇବା ଯୋଗୁ ପନିପରିବା ଚାଷରେ ବହୁ କ୍ଷତି ହେବ ବୋଲି ଜଣାପଡିଛି। ତେବେ ଏହି ବର୍ଷା ହଳଦୀ ଚାଷ ପାଇଁ ବହୁତ ଫାଇଦା ଦେବ ବୋଲି କୁହାଯାଇଛି। ଏବେ ହଳଦୀ ଖୋଳା କାର୍ଯ୍ୟ ଚାଲିଥିବା ବେଳେ ବର୍ଷା କାରଣରୁ ମାଟି ହାଲକା ହୋଇଛି ତେଣୁ ହଳଦୀ ଖୋଳିବା ସହଜ ହୋଇଛି ବୋଲି ହଳଦୀ ଚାଷୀ ଟାମିଆ ବିନ୍ଧାଣୀ କହିଛନ୍ତି। ଦାରିଙ୍ଗବାଡି ସମେତ ଶ୍ରାନିକେତା, ସିମନବାଡି, ଦାସିଂବାଡି, ଗ୍ରୀନବାଡି, ଭ୍ରମରବାଡି, ସିଆଙ୍ଗବାଲି ଆଦି ଅଞ୍ଚଳରେ ବର୍ଷା ଜାରି ରହିଛି। ସେହିପରି ବ୍ରାହ୍ମଣୀ ଗାଁ ଅଞ୍ଚଳରେ କୋହଲା ପାଗ ସହ କଳାମେଘ ଢାଙ୍କି ରଖିଛି ଭୋର ସମୟରେ ଝିପିଝିପି ବର୍ଷା ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri