ଦାରିଙ୍ଗବାଡିରେ ବଢିଲା ଶୀତ: ଖସିଲା ପାରଦ, ସର୍ବନିମ୍ନ ୭ଡିଗ୍ରୀ

ଦାରିଙ୍ଗବାଡି,୬।୧୨(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ଶୁକ୍ରବାର ଶୀତ ବଢିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୭ଡିଗ୍ରୀରେ ପହଞ୍ଚିଛି । ଚଳିତମାସର ଏହା ସବୁଠାରୁ ସର୍ବନିମ୍ନ ତାପମାତ୍ରା ବୋଲି ଶୀତତାପ ଯନ୍ତ୍ରରୁ ରେକର୍ଡ ସଂଗ୍ରହ କରୁଥିବା ବ୍ଳକ କାର୍ଯ୍ୟାଳୟର କର୍ମଚାରୀ ପୁରୁଷୋତ୍ତମ ସାହୁ କହିଛନ୍ତି। ହଠାତ୍‌ ଶୀତ ବୃଦ୍ଧି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଭିନ୍ନ ସ୍ଥାନରେ ଲୋକେ ନିଆଁ ଲଗାଇ ପୁଉଁଛନ୍ତି। ସେହିପରି ଲୋକେ ଶୀତ ପାଇଁ ଘରୁ କୌଣସି କାର୍ଯ୍ୟପାଇଁ ବାହାରିବା ମୁସ୍କିଲ ହୋଇପଡିଛି। ସକାଳୁ ଚା’ଦୋକାନରେ ଭିଡ ସହ ଖରାକୁ ସାହାରା କରିଛନ୍ତି। ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଶୀତ କଷ୍ଟ ଦେଇଛି। ବୁଲା ଗୋରୁ ଗାଇଙ୍କ ସମେତ ଅନ୍ୟ ପ୍ରାଣୀମାନଙ୍କ ପାଇଁ ସମସ୍ୟା ଦେଖାଯାଇଛି। ସେହିପରି ପର୍ଯ୍ୟଟକମାନେ ଶୀତର ମଜା ନେବା ପାଇଁ ଦାରିଙ୍ଗବାଡିରେ ପହଞ୍ଚି ବିଭିନ୍ନ ସରକାରୀ ବଙ୍ଗଳା ସହ ଘରୋଇ ହୋଟେଲ, କଟେଜରେ ରାତ୍ରୀଯାପନ କରିଛନ୍ତି। ସୁଚନାଯୋଗ୍ୟ ଯେ, ଚଳିତବର୍ଷ ଶୀତ ବିଳମ୍ବରେ ପହଞ୍ଚିବା ସହ ତାପମାତ୍ରା ୧୨ଡିଗ୍ରୀରୁ ଖସି ଆସି ୯.୫ ଡିଗ୍ରୀରେ ପହଞ୍ଚିଥିଲା। ହଠାତ୍‌ ଗୁରୁବାର ବିଳମ୍ବିତ ରାତିରୁ ଅସହ୍ୟ ଥଣ୍ଡା ବଢିବା ସହ ଶୁକ୍ରବାର ତାପମାତ୍ରା ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri