ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ପରିଚୟ ଖୋଜୁଥିବା ଆଇଆଇସି ସଂଗ୍ରାମ କେଶରୀ ଜେନା କହିଛନ୍ତି ।

ଦୁର୍ଘଟଣା ଘଟାଇଥିବା ଭ୍ୟାନଟି ପୋଷ୍ଟାଲର ଡେ଼ଲିଭେରୀ ଭ୍ୟାନ ବୋଲି ପୋଲିସ କହିଛି । ପ୍ରକାଶ ଯେ ଫୁଲବାଣୀରୁ ଡାକ ନେଇ ଭ୍ୟାନ ନଂ (ଓଡି ୧୨ଏଫ୍- ୩୪୧୬ )ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଅଭିମୁଖେ ଯାଉଥିବା ବେଳେ ଜଣେ ବାଇକ ଆରୋହୀ ବାଇକ ନଂ (ଓଆର ୦୭ ଏଜେ-୬୮୩୭)ରେ ବ୍ରାହ୍ମଣୀଗାଁ ପଟରୁ ଦାରିଙ୍ଗବାଡି ଯାଉଥିଲେ । ଦାରିଙ୍ଗବାଡି ପହଞ୍ଚିବାକୁ ମାତ୍ର ଆଉ ୫ କିମି ରହିଥିବା ବେଳେ ପାଙ୍ଗାଲି ନିକଟରେ ବାଇକଟି ଭ୍ୟାନ ସହ ମୁହାଁମୁହିଁ ଧକ୍କା ହେବା ସହ କିଛି ଦୂର ବାଇକ ସହ ଚାଳକଙ୍କୁ ଘୋଷାଡ଼ି ନେଇଥିଲା ।

ଖବର ପାଇ ଦାରିଙ୍ଗବାଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ବାଇକ ଚାଳକଙ୍କୁ ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ବାଇକ ଚାଳକଙ୍କୁ ମୃତ ଘୋଷଣା କରିଥିଲେ । ବାଇକ ଓ ଭ୍ୟାନକୁ ପୋଲିସ ଜବତ କରିବା ସହ ଘଟଣାର ତଦନ୍ତ କରୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri