ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଚନ୍ଦ୍ରପୃଷ୍ଠର ପଥର

ନୂଆଗାଁ,୧୮ା୯ (ଡି.ଏନ.ଏ.): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରୟାନ -୨କୁ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଚନ୍ଦ୍ରରେ ଥିବା ଅନେକ ତଥ୍ୟ ଉନ୍ମୋଚନ କରି ମହାକାଶ ଇତିହାସରେ ନୂଆ ଅଧ୍ୟାୟ ସୃଷ୍ଟି କରିବା ପାଇଁ ପ୍ରୟାସ ଜାରି ରଖିଛି। କିନ୍ତୁ ଏହାର ବହୁବର୍ଷ ପୂର୍ବରୁ ଚନ୍ଦ୍ରପୃଷ୍ଠରୁ ଆସିଥିବା ତିନିଖଣ୍ଡ ପଥର ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତର ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଗଚ୍ଛିତ ରହିଛି। ଉକ୍ତ ପଥର ତିନିଖଣ୍ଡକୁ ୧୯୮୪ ମସିହାରୁ ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଗବେଷକ, ପର୍ଯ୍ୟଟକ ଓ ଦର୍ଶକମାନଙ୍କ ଉଦ୍ଦେଶ୍ୟରେ ପ୍ରଦର୍ଶିତ କରାଯାଇଛି। ପଣ୍ଡିତ ନୀଳକଣ୍ଠ ଦାସଙ୍କ ପୁତ୍ର ପ୍ରଫେସର ଡା. ବିକ୍ରମ ଦାସ ଆମେରିକାରେ ରହୁଥିବା ସମୟରେ ଚନ୍ଦ୍ର ପୃଷ୍ଠର ଏହି ପଥର ଓ ୬୫ ବର୍ଷ ପୂର୍ବର ଡାଇନୋସର ହାଡ଼ ସଂଗ୍ରହ କରି ଓଡ଼ିଶାକୁ ଆଣିଥିଲେ। ସେହି ସମୟରେ ଏହି ପଥର ଓ ଉତ୍କଳମଣି ଗୋପବନ୍ଧୁଙ୍କ ବ୍ୟବହୃତ ବାକ୍ସକୁ ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ କରିବା ପାଇଁ ପ୍ରଫେସର ଦାସଙ୍କୁ ସରକାର ପ୍ରସ୍ତାବ ଦେଇଥିଲେ ମଧ୍ୟ ତାହା କରାଯାଇପାରି ନ ଥିଲା। ପ୍ରଫେସର ଦାସ ଦାସିଆ ଅଜାଙ୍କ ସଂଗ୍ରହାଳୟ ଦେଖିବା ପରେ ଏହି ବିରଳ ପଦାର୍ଥଗୁଡିକୁ ପ୍ରଦର୍ଶିତ କରିବା ଉଦ୍ଦେଶ୍ୟରେ ଦାସିଆ ଅଜାଙ୍କୁ ପ୍ରଦାନ କରିଥିଲେ। ସଂଗ୍ରହାଳୟର ସମ୍ପାଦକ ତଥା ଦାସିଆ ଅଜାଙ୍କ ନାତି ଦୀପକ କୁମାର ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri