ଦାୟିତ୍ୱ ଗ୍ରହଣ କଲେ ଅଗ୍ନିଶମ, ହୋମ୍‌ଗାର୍ଡ ଆଇଜି ଅସିତ୍‌ ପାଣିଗ୍ରାହୀ

କଟକ ଅଫିସ, ୨୭।୮: ଅଗ୍ନିଶମ ଓ ହୋମ୍‌ଗାର୍ଡ ନୁତନ ଆଇଜି ଭାବେ ଅସିତ୍‌ ପାଣିଗ୍ରାହୀ ସୋମବାର ଅଗ୍ନିଶମ ମୁଖ୍ୟ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ କାର୍ଯ୍ୟରତ ଥିବା ରାଜେଶ କୁମାର ତାଙ୍କୁ ବିଧିବଦ୍ଧ ଭାବେ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ଏହି ଅବସରରେ ଅଗ୍ନିଶମ ଓ ହୋମ୍‌ଗାର୍ଡ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ନୂତନ ଆଇଜିଙ୍କୁ ସ୍ବାଗତ କରିଥିଲେ। ଦାୟିତ୍ୱ ଗ୍ରହଣ ପରେ ଆଇଜି ଭାବେ ତାଙ୍କର ଆଗାମୀ କାର୍ଯ୍ୟପନ୍ଥା ତଥା ବିଭାଗର ବିଭିନ୍ନ ପ୍ରସଙ୍ଗ ଉପରେ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ସୂଚନା ଅନୁଯାୟୀ, ଆଇପିଏସ ଅଫିସର ଅସିତ ପୂର୍ବରୁ ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିସାରିଛନ୍ତି। ସେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆଇଜି ଭାବେ ଦାୟିତ୍ୱ ତୁଲାଇଥିବାବେଳେ କ୍ରାଇମବ୍ରାଞ୍ଚରେ ଆଇଜି ଭାବେ ତାଙ୍କର ଦୀର୍ଘଦିନର ଅଭିଜ୍ଞତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri