ଦାୟିତ୍ୱ ଗ୍ରହଣ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କଟକ ଓ ଭୁବନେଶ୍ୱର ଦୈତ୍ୟନଗରୀର ନୂତନ ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡଙ୍ଗୀ। ଭୁବନେଶ୍ୱରସ୍ଥିତ କମିଶନରେଟ ପୋଲିସ ମୁଖ୍ୟାଳୟରେ ପୂର୍ବତନ ପୋଲିସ କମିଶନର ସତ୍ୟଜିତ ମହାନ୍ତି ବିଧିବଦ୍ଧଭାବେ ତାଙ୍କୁ ଦାୟିତ୍ୱ ପ୍ରଦାନ କରିଥିଲେ। ଟ୍ବିନ୍‌ ସିଟିରେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ସବୁଠୁ ବଡ଼ ଚ୍ୟାଲେଞ୍ଜ। ଟେକ୍ନୋଲୋଜି କ୍ଷେତ୍ରରେ ରାଜ୍ୟ ପୋଲିସ ପୂର୍ବାପେକ୍ଷା ବହୁ ଅଗ୍ରଗତି କରିଛି। ଇଣ୍ଟେଲିଜେନ୍ସି ଓ ଟେକ୍ନୋଲୋଜି ଜରିଆରେ ତଦନ୍ତ କରାଯାଇ ଅପରାଧ ରୋକିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଫଳ ଭାବେ କାର୍ଯ୍ୟକାରୀ କରାଯିବା ଉପରେ ଗୁରୁତ୍ୱ ଦେବେ ବୋଲି ଶପଥ ଗ୍ରହଣ ଅବସରରେ କମିଶନର ଷଡ଼ଙ୍ଗୀ କହିଛନ୍ତି।
ବିଦାୟୀ କମିଶନର ସତ୍ୟଜିତ ମହାନ୍ତି କହିଥିଲେ ଯେ, ହକି ବିଶ୍ୱକପ ପରି ୩ ଅନ୍ତର୍ଜାତୀୟ ମେଗା ଇଭେଣ୍ଟ ଓ ଫନୀ ବାତ୍ୟା ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସଫଳତାର ସହ ମୁକାବିଲା କରିବା ତାଙ୍କ ପାଇଁ ଏକ ଚ୍ୟାଲେଞ୍ଜ ଥିଲା। ମାତ୍ର ସେ ଏହାକୁ ସଫଳତାର ସହ ସମ୍ପଦନ କରଥିଲେ। ଏହି ଅବସରରେ ଉଭୟଙ୍କୁ ପୋଲିସ ବିଧିବ୍ୟବସ୍ଥା ଅନୁଯାୟୀ ସ୍ବାଗତ ଓ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri