ଦେବଗଡ,୧୧ା୪(ଡି.ଏନ.ଏ):ଦେବଗଡ ଥାନା ଅଧୀନ ସାନ ଶିରଡିହି ଗ୍ରାମରେ ଦିଅରର ଠେଙ୍ଗାମାଡରେ ଭାଉଜଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସ୍ବର୍ଗତ ବିଜୟ ବାଙ୍କିରାଙ୍କ ସ୍ତ୍ରୀ ଶନିବାରୀ ବାଙ୍କିରା (୫୦)। ଏ ନେଇ ଶନିବାରୀଙ୍କ ପୁଅ କଙ୍କରୁ (୨୩) ଲିଖିତ ଅଭିଯୋଗ କରିବା ପରେ ଦେବଗଡ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ଶନିବାରୀଙ୍କ ଦିଅର ତଥା ଅଭିଯୁକ୍ତ ଶୁକଦେବଙ୍କୁ ଥାନାକୁ ଆଣି ପଚରା ଉଚୁରା କରୁଛି। ଅନ୍ୟପକ୍ଷରେ ମୃତଦେହ ବ୍ୟବବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ସୂଚନା ଦେଇ କହିଛି ଯେ, ଶନିବାରୀ ନିଜ ୪ ସନ୍ତାନ ସନ୍ତତିଙ୍କ ସହ ମୂଲ ଲାଗି ପରିବାର ପ୍ରତିପୋଷଣ କରିଆସୁଥିଲେ। ହେଲେ ଗତ କିଛି ଦିନ ହେଲା ଅସୁସ୍ଥତା ହେତୁ କାମ କରି ନ ପାରି ସେ ଘରେ ରହୁଥିଲେ। ଦିଅର ଶୁକଦେବ କେତୋଟି ବତକ ପାଳିଛନ୍ତି। ହେଲେ ଏ ଗୁଡିକ ଆହତ ହୋଇଥିବାରୁ ଭାଉଜଙ୍କୁ ସେ ଦାୟୀ କରି ଠେଙ୍ଗାରେ ଆକ୍ରମଣ କରିଥିଲେ। ଫଳରେ ଶନିବାରୀଙ୍କର ୨ଟିଯାକ ହାତ ଭାଙ୍ଗି ଯିବାସହ ସେ ଗୁରୁତର ଆହତ ହୋଇଥିଲେ। ଶନିବାରୀଙ୍କ ପୁଅ କଙ୍କରୁ ତାଙ୍କୁ ଚିକିତ୍ସା ପାଇଁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ସେ ଆଖି ବୁଜିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଦେବଗଡ଼ View All
ରୋମାଞ୍ଚକର ଫାଇନାଲ ମ୍ୟାଚ୍: ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଲା ଶ୍ରୀଲଙ୍କା
ଦୋହା,୨୯।୧୧: Asia Cup Rising Stars 2026 ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍ ଅତ୍ୟନ୍ତ ରୋମାଞ୍ଚକପୂର୍ଣ୍ଣ ହୋଇଥିଲା। ଯେଉଁଥିରେ ଶ୍ରୀଲଙ୍କା ‘ଏ’ (Sri Lanka ’A’) ଦଳ ପାକିସ୍ତାନ…
ଝାଡ଼ଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା: ୧୩ ମୃତ, ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ରାଞ୍ଚି,୨୯ା୧୧: ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ଦ୍ରୁତ ବେଗରେ ଆସୁଥିବା ଏକ ଏସ୍ୟୁଭି ଭାରୀ ଯାନକୁ ଧକ୍କା ଦେବାରୁ ୫ ପିଲା ଓ ୩ ମହିଳାଙ୍କ ସମେତ ୧୩…
ମହମ୍ମଦ ସିରାଜଙ୍କୁ ଅଣଦେଖା କରିବା ନେଇ ରାଗିଗଲେ ସୁନୀଲ ଗାଭାସ୍କର, ଟିମ୍ ଇଣ୍ଡିଆର ନିଷ୍ପତ୍ତିକୁ ନେଇ କହିଲେ….
ନୂଆଦିଲ୍ଲୀ,୨୯।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆର ପ୍ରଦର୍ଶନ ଅପେକ୍ଷା ଦଳର କିଛି ନିଷ୍ପତ୍ତିକୁ ନେଇ ଅଧିକ ଚର୍ଚ୍ଚା ଓ ବିବାଦ ଦେଖାଦେଇଛି । ଟି-୨୦ ସିରିଜ୍ରେ ଯୁବ…
ମନ୍ କି ବାତ୍ କାର୍ଯ୍ୟକ୍ରମ: ଏକାଠି ବସି ମୋଦିଙ୍କ ବାର୍ତ୍ତା ଶୁଣିଲେ ଭାଜପା କାର୍ଯ୍ୟକର୍ତ୍ତା
ହାଟଡ଼ିହୀ/ଆନନ୍ଦପୁର/ଛେନାପଦୀ,୨୯।୧୧(ଶୁଭକାନ୍ତ ନାୟକ/ସୁଶାନ୍ତ ସାହୁ/ଶ୍ରୀଧର ମହାରଣା/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରବିବାର ବିଧାନସଭାସ୍ତରୀୟ ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ହୋଟେଲରେ ଯୁବମୋର୍ଚ୍ଚା…
ସୀମା ପୁନଃନିର୍ଦ୍ଧାରଣ ବିଲ୍ ପାଇଁ ସରକାରଙ୍କୁ ୩୭୧ ସାଂସଦଙ୍କ ସମର୍ଥନ! ଲୋକ ସଭା ଆସନ ୮୫୦କୁ ବଢ଼ାଇବାକୁ ପ୍ରସ୍ତାବ
ନୂଆଦିଲ୍ଲୀ,୨୯ା୧୧: ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ସହ ଜଡ଼ିତ ସମ୍ବିଧାନ ସଂଶୋଧନ ବିଲ୍ ଗୃହୀତ କରାଇବା ପାଇଁ ସୋମବାରଠାରୁ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି ।…
ଭୂସ୍ଖଳନରେ ୧୩ ଜୀବନ ହାନି, ଦୁର୍ଦ୍ଦିନରେ ଥିବା ଗିଡ଼ିପାବାଲି ପରିବାରଙ୍କୁ ପୁଣି ସହାୟତାର ହାତ ବଢ଼ାଇଲେ ଅସୀମା
ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ବାତ୍ୟା, ବର୍ଷାର ବିଭୀଷିକା ଥମିଯାଇଛି, ହେଲେ ଏହାର ଦୁଃଖଦ ଚିହ୍ନ ଏବେ ବି ଅନେକ ପରିବାରଙ୍କ ଜୀବନରେ ଲିଭିନାହିଁ। ଅନେକ ପରିବାର ସର୍ବସ୍ବ ହରାଇଥିବା…
କେରଳରୁ ଘରକୁ ଫେରୁଥିବା ବେଳେ ବିଜୟୱାଡ଼ାରୁ ନିଖୋଜ ଲାଞ୍ଜିଗଡ଼ର ଯୁବକ, ୧୦ ଦିନ ହେଲା ମିଳୁନି ପତ୍ତା
ଲାଞ୍ଜିଗଡ଼,୨୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ଯୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ…
ଗୁଡ଼ାରି ଡାକ୍ତରଖାନାରେ ନାହିଁ ଏକ୍ସ-ରେ ସୁବିଧା, ୪୫ କିମି ଦୂର ଯାଉଛନ୍ତି ରୋଗୀ
ଗୁଡାରି,୨୯।୧୧(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ (X-Ray) ସୁବିଧା ନଥିବାରୁ ରୋଗୀମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି…

