ଦିଆସିଲି ଆକାରର ଡିଭାଇସ୍‌ ଦୂର କରିବ ଅଣ୍ଟା ଦରଜ

ଅଧିକାଂଶ ଲୋକଙ୍କଠାରେ ଅଣ୍ଟା ଦରଜ ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିଆସିଲି ଆକାରର ଏକ ଡିଭାଇସ୍‌ ବାହାର କରିଛନ୍ତି, ଯାହା ଅଣ୍ଟା ଦରଜ କମାଇବା ସହ କ୍ଷତିଗ୍ରସ୍ତ ମାଂସପେଶୀର ସହଜରେ ଚିକିତ୍ସା କରି ପାରିବ। ଏହି ଡିଭାଇସ୍‌କୁ ରିମୋଟ୍‌ରେ କଣ୍ଟ୍ରୋଲ କରାଯିବ। ଏହା ସାହାଯ୍ୟରେ ଧୀରେ ଧୀରେ କ୍ଷତିଗ୍ରସ୍ତ ମାଂସପେଶୀରେ ସୁଧାର ଆସିବା ସହ ଅଣ୍ଟା ଦରଜ କମାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଇଂଲଣ୍ଡର ଏକ ହସ୍ପିଟାଲରେ ପରୀକ୍ଷାମୂଳକ ଭାବେ ଏହି ଡିଭାଇସ୍‌ର ବ୍ୟବହାର କରାଯାଇଛି। ଏହି ଡିଭାଇସ୍‌କୁ ପିଠିର ତଳ ଭାଗରେ ଟିକେ କାଟି ଦିଆଯାଇ ଏହାକୁ ଲଗାଯିବ। ଏହା ଲଗାଇବା ପାଇଁ ପ୍ରାୟ ୧ ଘଣ୍ଟା ସମୟ ଲାଗିବ। ଏଥିରେ ବ୍ୟାଟେରୀ ଏବଂ ଇଲୋକ୍‌ଟ୍ରୋଡ୍‌ ଲାଗିଛି। କ୍ଷତିଗ୍ରସ୍ତ ନର୍ଭରେ ଏହା ଯୋଡ଼ାଯିବ। ରିମୋଟ୍‌ ସହାୟତାରେ ଗୋଟିଏ ଦିନରେ ୩୦ ମିନିଟ୍‌ ପର୍ଯ୍ୟନ୍ତ ନର୍ଭକୁ ଆକ୍ଟିଭ ରଖାଯାଇପାରିବ। ପ୍ରତିଦିନ ଏପରି କରିବା ଦ୍ୱାରା ଅଣ୍ଟା ଦରଜ କମିବା ସହ ମାଂସପେଶୀ ମଜଭୁତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri