Posted inଜାତୀୟ

ଦିଦିଙ୍କ ବଙ୍ଗାଳି ଛବି ବିଗାଡିବାକୁ ପଶ୍ଚିମବଙ୍ଗରେ ଦୁର୍ଗାପୂଜା ଆୟୋଜନ କରିପାରେ ଭାଜପା

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଖୁବ୍‌ ଉତ୍ସାହିତ ଥିବା ଦେଖାଯାଇଛି। କାରଣ ଏଥର ଦୁର୍ଗାପୂଜାରେ ଭାଜପା ରାଜ୍ୟର ସବୁ ସ୍ଥାନରେ ଭାଗ ନେବାକୁ ଆଗଭର ହୋଇଥିବା ଲକ୍ଷ୍ୟ କରାଯାଇଛି। ଏଥିପାଇଁ ସେ ପୂଜାର ଆୟୋଜକ ଓ ସମିତିମାନଙ୍କ ସହ ସମ୍ପର୍କରେ ରହୁଥିବା ଆଲୋଚନା ହେଉଛି। ଏମିତି ଭାବେ ଭାଜପା ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ଠାରୁ ଦୂର୍ଗାପୂଜାକୁ ଛଡାଇ ନେବାକୁ ଚାହୁଁଥିବା କୁହାଯାଉଛି। ନେତାମାନେ ଦୂର୍ଗାପୂଜା ପେଣ୍ଡାଲର ଉଦ୍‌ଘାଟନ କରିବାକୁ ଉତ୍ସୁକତା ଦେଖାଉଥିବା ଦେଖାଯାଇଛି। ଏହା ମାଧ୍ୟମରେ ଭାଜପା ଟିଏମ୍‌ସିର ଛବି ବିଗାଡିବାକୁ ଚେଷ୍ଟା କରୁଥିବା କୁହାଯାଉଛି। ଗୋଟିଏ ପଟେ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ନେତ୍ରୀ ମମତା ବାନାର୍ଜୀ ଓ ଭାଜପା ମଧ୍ୟରେ ତୁତୁ ମେମେ ଚାଲିଥିବା ବେଳେ ଅନ୍ୟପଟେ ଭାଜପାର ଏପରି ପ୍ରୟାସ ଦିଦିଙ୍କ ଛବି ବିଗାଡିବାର ଆଉ ଏକ ବାଟ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?