ଦିନଥିଲା ସାଙ୍ଗଙ୍କଠାରୁ ଖାଦ୍ୟ ମାଗି ଖାଉଥିଲେ, ଏବେ ବଲିଉଡ୍‌ର ଜଣେ ଆଗଧାଡିର ଅଭିନେତା

ରାଜକୁମାର ରାଓ ବା ରାଜକୁମାର ଯାଦବ ହେଉଛନ୍ତି ବଲିଉଡ୍‌ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ସଫଳ କଳାକାର। ୨୦୧୦ରେ ‘ଲଭ ସେକ୍ସ ଔର ଧୋକା’ ଫିଲ୍ମ ଜରିଆରେ ସିନେ ଜଗତରେ ପାଦ ଦେଇଥିଲେ। ୨୦୧୩ ମସିହାର ‘କାଇ ପୋ ଚେ’ ଫିଲ୍ମ ପାଇଁ ରାଜକୁମାର ସଫଳତା ଅର୍ଜନ କରିଥିଲେ। ସେହି ଫିଲ୍ମ ପାଇଁ ମଧ୍ୟ ସେ ଫିଲ୍ମଫେୟାର ଆୱାର୍ଡରେ ପୁରସ୍କୃତ ହୋଇଥିଲେ। ସେ ହରିୟାଣାର ଗୁରୁଗ୍ରାମଠାରେ ଏକ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆସିବା ତାଙ୍କ ପାଇଁ ସେତେଟା ସହଜ ନ ଥିଲା। ମାୟାନଗରୀ ମୁମ୍ବାଇକୁ ଆସିବାକୁ ତାଙ୍କୁ ସଂଘର୍ଷ କରିବାକୁ ପଡିଥିଲା। ପ୍ରଥମେ କୌଣସି ଜାଗାରେ ତାଙ୍କୁ କାମ ମିଳୁ ନ ଥିଲା। ପାଖରେ ଟଙ୍କା ନ ଥିବାରୁ ସେ ତାଙ୍କ ସାଙ୍ଗଙ୍କଠାରୁ ଖାଦ୍ୟ ମାଗିକି ଖାଉଥିଲେ। ୨୦୦୮ରେ ସେ ଥିଏଟର ଡ୍ରାମା ଆରମ୍ଭ କରିଥିଲେ। ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆରୁ ସେ ଅଭିନୟ ଶିକ୍ଷାଗ୍ରହଣ କରିଥିଲେ। ସ୍ତ୍ରୀ, କୁଇନ, ସିଟିଲାଇଟ, ବରେଲୀ କୀ ବର୍‌ଫି ଓ ନ୍ୟୁଟନ ଭଳି ଅନେକ ହିଟ ସିନେମା କରିସାରିିଛନ୍ତି। ସେ ଫିଲ୍ମ ଫେୟାର କ୍ରିଟିକ ଫର ବେଷ୍ଟ ଆକ୍ଟର ଓ ନ୍ୟାଶନାଲ ପିଲ୍ମ ଆୱାର୍ଡ ଫର ବେଷ୍ଟ ଆକ୍ଟରରେ ମଧ୍ୟ ସମ୍ମାନିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri