ଦିନସାରା ଫ୍ରେଶ୍‌ ଲାଗିବା ପାଇଁ କରନ୍ତୁ ଏପରି…

ଗାଧୋଇବା ପରେ ପୁରା ଦିନ ଫ୍ରେଶ୍‌ ଲାଗେ ବୋଲି ଅଧିକାଂଶ ଲୋକଙ୍କର ରହିଛି ବିଶ୍ୱାସ। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ କରନ୍ତି ନାହିଁ । ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍‌ ଲାଗିବ ବୋଲି ଟ୍ରିନିଟି ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗାଧୋଇବା ସମୟରେ କମ୍‌ ସାବୁନ ବ୍ୟବହାର କଲେ ଦିନସାରା ଫ୍ରେଶ୍‌ ଲାଗେ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି। ଅଧିକ ସାବୁନ ବ୍ୟବହାର ଦ୍ୱାରା ଏଥିରେ ଥିବା କ୍ଲିନିଙ୍ଗ ଏଜେଣ୍ଟ ଯୋଗୁ ଶରୀର ଅଧିକ ଶୁଷ୍କ ହୋଇଯାଏ। ଏହାଦ୍ୱାରା ମସ୍ତିଷ୍କରେ ନକାରାତ୍ମକ ପ୍ରଭାବ ପଡ଼େ। ଫଳରେ ବିଭିନ୍ନ ହରମୋନ୍‌ କ୍ଷରଣରେ ଅସମାନତା ଯୋଗୁ ମନରେ ଫ୍ରେଶ୍‌ ଅନୁଭୁତି ଆସି ପାରେ ନାହିଁ। ସେହିପରି ଗାଧୋଇବା ସମୟରେ ପୁରୁଣା ଟାୱେଲ ବ୍ୟବହାର ନ କଲେ ଭଲ। ଏଥିରେ ଥିବା ବ୍ୟାକ୍ଟେରିଆ ଶରୀରରେ ରହିଯାଏ। ଯାହାଦ୍ୱାରା ଗାଧୋଇବା ପରେ ମଧ୍ୟ କିଭଳି ଏକ ଅସହ୍ୟ ବୋଧ ଅନୁଭବ ହୁଏ। ଥଣ୍ଡାଦିନରେ ଗରମ ପାଣିରେ ଗାଧୋଇଲେ ଆରାମ ମିଳିଥାଏ । କିନ୍ତୁ ଏହା ଶରୀରର ମଏଶ୍ଚରକୁ ଶୁଷ୍କ କରିଦିଏ । ଅଧିକ ଗରମ ପାଣିରେ ଗାଧୋଇବା ଦ୍ୱାରା ଶରୀରର ତାପମାତ୍ରା ବିଗିଡ଼ିଯାଏ ଏବଂ ଝାଳ ବାହାରିଥାଏ। ଝାଳ ଯୋଗୁ ଶରୀର ଦୁର୍ଗନ୍ଧ ହୋଇଥାଏ । ତେଣୁ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ ହୁଏ ନାହିଁ। ଗାଧୋଇବା ସମୟରେ କେଶରେ ବ୍ୟବହାର କରାଯାଉଥିବା ହେୟାର ପ୍ରଡକ୍ଟକୁ ଶରୀରରେ ଲଗାଇଲେ ଏଥିରେ ଥିବା କେମିକାଲ୍ସ ଯୋଗୁ ତ୍ୱଚାରେ ଜ୍ୱଳନ ଏବଂ ସଂକ୍ରମଣ ହୁଏ । ତ୍ୱଚାକୁ କୋମଳ ରଖିବା ପାଇଁ ଗାଧୋଇବା ପରେ ମଏଶ୍ଚରାଇଜର ଲଗାଇଲେ ସୁଫଳ ମିଳିଥାଏ ବୋଲି ଏହି ଗବେଷଣା ରିପୋର୍ଟରେ ସୂଚିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri