Posted inଖେଳ

ଦିନିକିଆ ଅଧିନାୟକ ପଦ ଛାଡ଼ିଲେ ମୋର୍ତାଜା

ସିଏହେଟ୍‌, ୫।୩ (ଏଏଫ୍‌ପି)- ବରିଷ୍ଠ ବାଂଲାଦେଶ ଦ୍ରୁତ ବୋଲର ମାଶ୍ରାଫି ମୋର୍ତାଜା ଗୁରୁବାର ଦିନିକିଆ ଅଧିନାୟକ ପଦ ଛାଡ଼ିଛନ୍ତି। ଶୁକ୍ରବାର ଜିମ୍ବାଓ୍ବେ ବିପକ୍ଷରେ ଖେଳାଯିବାକୁ ଥିବା ଅନ୍ତିମ ଦିନିକିଆ ଅଧିନାୟକ ଭାବେ ମୋର ଶେଷ ମ୍ୟାଚ୍‌ ହେବ। ତେବେ ଜଣେ ଖେଳାଳି ଭାବେ ମନୋନୟନ ପାଇଁ ଉପଲବ୍ଧ ରହିବି। କିନ୍ତୁ ୨୦୨୩ ବିଶ୍ୱକପ୍‌ ପୂର୍ବରୁ ଯୁବ ଖେଳାଳିଙ୍କୁ ସୁଯୋଗ ଦେବା ଲକ୍ଷ୍ୟରେ ରହିଥିବାରୁ ଚୟନକର୍ତ୍ତାମାନେ ଚାପରେ ରହିଛନ୍ତି ବୋଲି ବାଂଲାଦେଶ ପାର୍ଲାମେଣ୍ଟର ଜଣେ ସଦସ୍ୟ ଥିବା ୩୬ ବର୍ଷୀୟ ଏହି ଡାହାଣହାତୀ ବୋଲର କହିଛନ୍ତି। ଏତେ ବର୍ଷ ଧରି ମୋ ଉପରେ ଭରସା କରିଥିବାରୁ ବାଂଲାଦେଶ କ୍ରିକେଟ୍‌ ବୋର୍ଡକୁ ଧନ୍ୟବାଦ ଦେବି। ଯଦି ମୋତେ ଭବିଷ୍ୟତରେ ସୁଯୋଗ ମିଳେ ତେବେ ଖେଳାଳି ଭାବେ ଶ୍ରେଷ୍ଠ ପ୍ରଦର୍ଶନ ଦେବାକୁ ଚେଷ୍ଟା କରିବି ବୋଲି ମୋର୍ତାଜା କହିଛନ୍ତି। ଏଥିସହିତ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଅନ୍ତ ଘଟିଛି ବୋଲି ଚର୍ଚ୍ଚା ହେଉଛି। ଗତ ଆଇସିସି ବିଶ୍ୱକପ୍‌ ପରଠାରୁ ମୋର୍ତାଜା କୌଣସି ଏକଦିବସୀୟ ମ୍ୟାଚ୍‌ ଖେଳି ନାହାନ୍ତି। ଜିମ୍ବାଓ୍ବେ ବିପକ୍ଷ ଚଳିତ ସିରିଜରେ ଖେଳିବାକୁ ସୁଯୋଗ ପାଇ ସେ ୨ ମ୍ୟାଚ୍‌ରୁ ୩ ଉଇକେଟ୍‌ ହାସଲ କରିଛନ୍ତି। ବାଂଲାଦେଶ ଉଭୟ ମ୍ୟାଚ୍‌ ଜିତି ସିରିଜକୁ ଆଗୁଆ କବ୍‌ଜା କରିସାରିଛନ୍ତି। ପୂର୍ବରୁ ବାଂଲାଦେଶ କ୍ରିକେଟ୍‌ ବୋର୍ଡର ବାର୍ଷିକ ଖେଳାଳି ଚୁକ୍ତିରୁ ତାଙ୍କୁ ବାଦ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri