Posted inଖେଳ

ଦିନିକିଆ ସିରିଜ ଜିତିଲା ଶ୍ରୀଲଙ୍କା

କଲମ୍ବୋ, ୨୯।୭- ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୩୨ଟି ବଲ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ୩ ମ୍ୟାଚ୍‌ ବିଶିଷ୍ଟ ଏହି ଦିନିକିଆ ସିରିଜରେ ଶ୍ରୀଲଙ୍କା ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ରବିବାର ସ୍ଥାନୀୟ ପ୍ରେମାଦାସା ଷ୍ଟାଡିୟମରେ ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ ହରାଇ ୨୩୮ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୪୪.୪ ଓଭରରେ ୩ ଉଇକେଟ ହରାଇ ୨୪୨ ରନ କରି ବିଜୟୀ ହୋଇଛି। ୮୨ ରନର ଉପଯୋଗୀ ପାଳି ଖେଳିଥିବା ଶ୍ରୀଲଙ୍କା ଓପନର ଅଭିସ୍କା ଫର୍ନାଣ୍ଡୋ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।
୨୩୯ ରନ ବିଜୟ ଲକ୍ଷ୍ୟର ପିଛା କରି ଶ୍ରୀଲଙ୍କା ଭଲ ଆରମ୍ଭ କରିଥିଲା। ଫର୍ନାଣ୍ଡୋ ୮୨, ଅଧିନାୟକ ଦିମୁଥ କରୁଣାରତ୍ନେ ୧୫, ଉଇକେଟକିପର ବ୍ୟାଟ୍ସମ୍ୟାନ କୁଶଲ ପେରେରା ୩୦ ରନ କରି ଆଉଟ ହୋଇଥିବାବେଳେ କୁଶଲ ମେଣ୍ଡିସ୍‌ ୪୧ ଓ ଆଞ୍ଜେଲୋ ମାଥ୍ୟୁସ ୫୨ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବୋଲିଂରେ ବାଂଲାଦେଶ ତରଫରୁ ମୁସ୍ତାଫିଜୁର ରହମାନ ୨, ମେହିଦି ହାସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ତରଫରୁ ମୁସ୍‌ଫିକର ରହିମ ୯୮, ମେହିଦି ୪୩ ରନ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ନୂଆଦ ପ୍ରଦୀପ, ଇସୁରୁ ଉଡାନା ଓ ଅକିଲ ଦନଞ୍ଜୟ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ୫୦ ଓଭରରେ ୨୩୮/୮
(ମୁସ୍‌ଫିକର- ୯୮*, ମେହିଦି- ୪୩, ପ୍ରଦୀପ- ୨/ ୫୩, ଉଡାନା- ୨/୫୮, ଦନଞ୍ଜୟ- ୨/ ୩୯ )।
ଶ୍ରୀଲଙ୍କା ୪୪.୪ ଓଭରରେ ୨୪୨/୩
(ଅଭିସ୍କା- ୮୨, ମାଥ୍ୟୁସ – ୫୨*, କୁଶଲ ମେଣ୍ଡିସ- ୪୧*, ମୁସ୍ତାଫିଜୁର- ୨/୫୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?