ଭଦୋଦରା,୧୨।୧୦(ପି.ଟି.)- ଅଧିନାୟିକା ମିଥାଲି ରାଜ ଓ ପୁନମ ରାଉତଙ୍କ ଉପଯୋଗୀ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଭାରତୀୟ ମହିଳା ଦଳ ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୨ ଓଭର ବାକି ରଖି ୫ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍ ବିଶିଷ୍ଟ ଏହି ଶୃଙ୍ଖଳାରେ ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ପୁନମ ରାଉତ୍ ପ୍ଳେୟାର ଅଫ୍ ଦି ମ୍ୟାଚ୍ ବିବେଚିତ ହୋଇନାହାନ୍ତି।
ଟସ୍ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ମହିଳା ଦଳ ୫୦ ଓଭରରେ ୬ ଉଇକେଟ ହରାଇ ୨୪୭ ରନ ସଂଗ୍ରହ କରିଥିଲା। ଜବାବରେ ଭାରତ ୪୮ ଓଭରରେ ୫ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ମିଥାଲି ୬୬, ପୁନମ ୬୫ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ବେଳେ ହରମନପ୍ରୀତ କୌର ୩୯ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ସେହିପରି ଓପନର ପ୍ରିୟା ପୁନିଆ ୨୦, ଜେମିମା ରୋଡ୍ରିଗୁଏଜ୍ ୧୮ ରନ କରି ଆଉଟ ହୋଇଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଆୟାବୋଙ୍ଗା ଖାକା ୩, ଶବନିମ ଇସ୍ମାଇଲ ଓ ମାରିଜାନେ କାପ୍ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଲଉରା ଉଲଭାର୍ଡଟ ସର୍ବାଧିକ ୬୯, ମିଗ୍ନନ ଡୁ ପ୍ରୀଜ ୪୪, ଲିଜେଲି ଲି ୪୦, ଲାରା ଗୁଡାଲ ୩୮, ଉଇକେଟକିପର ବ୍ୟାଟ୍ସଓମ୍ୟାନ ତ୍ରିସା ଚେଟ୍ଟୀ ୨୨, ଅଧିନାୟିକା ସୁନ ଲୁସ୍ ୧୨ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ମାରିଜାନେ କାପ୍ ୧୧ ଓ ଶବନିମ ଇସ୍ମାଇଲ ୧ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଭାରତ ପକ୍ଷରୁ ଦ୍ରୁତ ବୋଲର ଶିଖା ପାଣ୍ଡେ, ବାମହାତୀ ସ୍ପିନର ଏକତା ବିଷ୍ଟ ଓ ଲେଗ୍ ସ୍ପିନର ପୁନମ ଯାଦବ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୨୪୭/୬ (ଉଲଭାର୍ଡଟ- ୬୯, ପ୍ରିଜ- ୪୪, ଲି- ୪୦, ଗୁଡାଲ- ୩୮, ଚେଟ୍ଟୀ- ୨୨, ପାଣ୍ଡେ- ୨/୩୮, ବିଷ୍ଟ- ୨/ ୪୫, ପୁନମ ଯାଦବ- ୨/୪୨)।
ଭାରତ ୪୮ ଓଭରରେ ୨୪୮/୫ (ମିଥାଲି -୬୬, ପୁନମ ରାଉତ- ୬୫, ହରମନପ୍ରୀତ- ୩୯*, ଖାକା- ୩/୬୯)।
ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ
ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…
T20 ବିଶ୍ୱକପ୍ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍ର ଲକ୍ଷ୍ୟ
ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍ ୨୦୨୬ର ଶେଷ ଗ୍ରୁପ୍ ମ୍ୟାଚ୍ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍ର ଏକ ବଡ ସ୍କୋର ଛିଡ଼ା…
ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…
ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…
T20 ବିଶ୍ୱକପ୍ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି
ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍ ୨୦୨୬ର ଗ୍ରୁପ୍-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପ୍ରଥମେ ବ୍ୟାଟିଂ…
୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ
ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…
ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା
ଇସଲାମାବାଦ୍,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…
ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର
ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…
ସୁପର-୮ରେ ୩ ମ୍ୟାଚ୍ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍
ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…
Archives

