ଦିନ ଗଣୁଛନ୍ତି ତମନ୍ନା

ଓଡ଼ିଆ ସିନେମାର ଗ୍ଲାମର କୁଇନ୍‌ ଭାବରେ ପରିଚିତା ତମନ୍ନା ଏବେଠାରୁ ଦିନ ଗଣିବା ଆରମ୍ଭ କରିଦେଲେଣି। ଲକ୍‌ ଡାଉନ ପାଇଁ ତ ସିନେମା ରିଲିଜ ହୋଇପାରୁନି। ଏହା ଶେଷ ହେବା ପରେ ତାଙ୍କ ଅଭିନୀତ ‘ସୁପରବୟ’ ରିଲିଜ ହେବ। ଏହି ଫିଲ୍ମରେ ତାଙ୍କୁ ମିଳିଛି ମନଲାଖି ଭୂମିକା। ଏ ବିଷୟରେ ତମନ୍ନା କହନ୍ତି, ‘ ଏଥିରେ ମୋ ଭୂମିକାଟି ହେଲା ତାନିୟା। ସେ ଜଣେ ସୁଇଟ୍‌ ଆଉ ଇନୋସେଣ୍ଟ ଗର୍ଲ। ନିଜ ମନର ମଣିଷକୁ ଖୋଜୁ ଖୋଜୁ ସେ ପ୍ରେମ୍‌ ନାମକ ଜଣେ ଯୁବକ ସଂସ୍ପର୍ଶରେ ଆସିଛି, ଯିଏ ସୁପର ପାଓ୍ବାରର ଅଧିକାରୀ। ହେଲେ ସେହି ପାଓ୍ବାରଟି କ’ଣ ତାହା ସିନେମା ଦେଖିଲେ ହିଁ ଜାଣିପାରିବେ। ଏହି ଫିଲ୍ମରେ ମୋତେ ମିଳିଥିବା ଭୂମିକାରେ ଏପରି ମସଲା ରହିଛି ଯାହା ଦର୍ଶକଙ୍କୁ ଫୁଲ୍‌ ଏଣ୍ଟରଟେନମେଣ୍ଟ କରିବ ବୋଲି ଆଶା ରହିଛି।’ ‘ସୁପରବୟ’ର ଟାଇଟଲ ଭୂମିକାରେ ଅଛନ୍ତି ଜ୍ୟୋତି ନାୟକ। ଖାସ୍‌ କଥା ହେଲା ଏହି ଫିଲ୍ମରେ ଶୁଭାଶିଷ ଶର୍ମା (ମଣ୍ଟୁ) ନେଗେଟିଭ ରୋଲ୍‌ରେ ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ବିବାହର ମାତ୍ର ୫ ମାସ ପରେ ଛାଡ଼ପତ୍ର ନେଲେ ବାଦ୍‌ଶାହା: ପୋଷ୍ଟ ଶେୟାର କରି କହିଲେ…

ରାପର୍‌ ବାଦଶାହା ଏବଂ ପଞ୍ଜାବୀ ଅଭିନେତ୍ରୀ ଈଶା ରିଖିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ବିବାହର ମାତ୍ର ପାଞ୍ଚ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି।…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri