Posted inଖେଳ

ଦିବାରାତ୍ର ଟେଷ୍ଟ: ଇଡେନରେ ପ୍ରଥମ ୩ ଦିନରେ ୫୦ ହଜାର ଦର୍ଶକ

କୋଲକାତା,୧୦।୧୧(ପି.ଟି.)- ଆସନ୍ତା ୨୨ରୁ ୨୬ ତାରିଖ ମଧ୍ୟରେ ସ୍ଥାନୀୟ ଇଡେନ ଗାର୍ଡେନରେ ଭାରତ ଓ ଭ୍ରମଣକାରୀ ବାଂଲାଦେଶ ମଧ୍ୟରେ ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ପ୍ରଥମଥର ପାଇଁ ଭାରତ ଦିବାରାତ୍ର ଟେଷ୍ଟ ଖେଳିବାକୁ ଯାଉଥିବାରୁ ଏହାକୁ ଦେଖିବା ପାଇଁ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ପ୍ରଥମ ୩ ଦିନରେ ୫୦,୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ଉପସ୍ଥିତ ରହିବେ ବୋଲି ଆଶା କରାଯାଉଛି। ଟିକେଟର ଚାହିଦା ଆଶାତୀତ ବୃଦ୍ଧି ପାଇଛି ବୋଲି କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ୍‌ (ସିଏବି) ଟୁଇଟ୍‌ କରି ସୂଚନା ଦେଇଛି। ଇତିମଧ୍ୟରେ ୧୭, ୦୦୦ ଟିକେଟ ଅନ୍‌ଲାଇନ୍‌ ମାଧ୍ୟମରେ ବିକ୍ରି ହୋଇସାରିଛି । ମୋଟ ଉପରେ ୫୦ ହଜାର ଟିକେଟ ବିକ୍ରି ହୋଇଛି ବୋଲି ସିଏବି ତରଫରୁ କୁହାଯାଇଛି। ବାକି ଟିକେଟଗୁଡିକ ଅନୁବନ୍ଧିତ ୟୁନିଟ୍‌ ତଥା ଆସୋସିଏଶନଗୁଡିକୁ ଦିଆଯାଇଛି। ପ୍ରଥମ ୩ ଦିନ ପାଇଁ ଟିକେଟ ଚାହିଦା ଅଧିକ ରହିଛି। ନଭେମ୍ବର ୧୪ ତାରିଖରେ ବାକି ୧୬,୦୦୦ ଟିକେଟ କାଉଣ୍ଟରରେ ବିକ୍ରି ହେବ। ଷ୍ଟାଡିୟମ ପୂର୍ଣ୍ଣ ହେବ ବୋଲି ସିଏବିର ଜଣେ ଅଫିସିଆଲ କହିଛନ୍ତି।
ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଥମ ଦିନରେ ଇଡେନରେ ପାରମ୍ପରିକ ଘଣ୍ଟି ବଜାଇ ମ୍ୟାଚ ଆରମ୍ଭ କରିବେ। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ପଶ୍ଚିମବଙ୍ଗ ଗଭର୍ନର ଜଗଦୀପ ଧନକର ଉପସ୍ଥିତ ରହିବେ। ଏହି ଐତିହାସିକ ମୁହୂର୍ତ୍ତରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ଅଲିମ୍ପିକ ଚାମ୍ପିୟନ ଅଭିନବ ବିନ୍ଦ୍ରା, ଟେନିସ ତାରକା ସାନିଆ ମିର୍ଜା, ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନ ପି.ଭି. ସିନ୍ଧୁ ଓ ୬ଥର ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ ଜିତିଥିବା ଏମ୍‌ସି ମେରିକମ୍‌ ଉପସ୍ଥିତ ରହିବେ। ଏହି ତାରକା ଖେଳାଳିମାନଙ୍କୁ ମଧ୍ୟ ସିଏବି ତରଫରୁ ସମ୍ବର୍ଦ୍ଧିତ କରାଯିବ। ସ୍ବତନ୍ତ୍ର ଭାବେ ଡିଜାଇନ ହୋଇଥିବା ଫଳକ ଅତିଥିମାନଙ୍କୁ ପ୍ରଦାନ କରାଯିବ। ଗଲ୍ଫ କାର୍ଟରେ ଏମାନେ ଷ୍ଟାଡିୟମ ପରିକ୍ରମା କରିବେ। ଏହି ଅବସରରେ ୨୦୦୦ରେ ଭାରତ ଓ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ସଦସ୍ୟମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ। ଉଲ୍ଲେଖଥାଉ କି, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନବନିଯୁକ୍ତ ସଭାପତି ସୌରଭ ଗାଙ୍ଗୁଲି ଏହି ମ୍ୟାଚ୍‌ରେ ଅଧିନାୟକ ଭାବେ ପଦାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri