Posted inଖେଳ

ଦିବା-ରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ପର୍ଥ, ୧୫।୧୨ (ଏଏଫ୍‌ପି)- ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦିବା-ରାତ୍ର ଟେଷ୍ଟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ୨୯୬ ରନର ବୃହତ୍‌ ବ୍ୟବଧାନରେ ଜିତି ନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୪୬୮ ରନର ବିଶାଳ ଟାର୍ଗେଟ୍‌କୁ ପିଛା କରି ନ୍ୟୁଜିଲାଣ୍ଡ ରବିବାର ମ୍ୟାଚ୍‌ର ୪ର୍ଥ ଦିବସରେ ଦ୍ୱିତୀୟ ଇନିଂସରେ ୧୭୧ ରନରେ ଅଲ୍‌ଆଉଟ୍‌ ହୋଇଥିଲା। ବିଜୟ ସହ ଅଷ୍ଟ୍ରେଲିଆ ୩ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ଡିସେମ୍ବର ୨୬ରୁ ମେଲବୋର୍ନ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଦ୍ୱିତୀୟ ମ୍ୟାଚ୍‌ ଆରମ୍ଭ ହେବ।
ରନରେ ଅଗ୍ରଣୀ ଲାଭ କରିଥିବା ଅଷ୍ଟ୍ରେଲିଆ ଶନିବାର ଖେଳ ଶେଷ ସୁଦ୍ଧା ୨ୟ ଇନିଂସରେ ୬ ଉଇକେଟ୍‌ ହରାଇ ୧୬୭ ରନ କରିଥିଲା। ରବିବାର ୨୧୭/୯ରେ ଦ୍ୱିତୀୟ ଇନିଂସ ଘୋଷଣା କରିବା ସହ ନ୍ୟୁଜିଲାଣ୍ଡ ସମ୍ମୁଖରେ ୪୬୮ ରନର ଏକ କଷ୍ଟସାଧ୍ୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଜବାବରେ ଘରୋଇ ଦଳର ୩ ବୋଲର ମିଚେଲ ଷ୍ଟାର୍କ (୪/୪୫), ଜୋଶ୍‌ ହାଜେଲଉଡ୍‌ (୨/୩୧) ଓ ନାଥନ ଲିୟନ (୪/୬୩)ଙ୍କ ବୋଲିଂକୁ ସାମ୍ନା କରି ନ ପାରି ନ୍ୟୁଜିଲାଣ୍ଡ ୬୫.୩ ଓଭରରେ ୧୭୧ ରନରେ ସୀମିତ ରହିଥିଲା। ବିଜେ ଓ୍ବାଟଲିଂ (୪୦) ଓ କଲିନ ଡି ଗ୍ରାଣ୍ଡହୋମ୍‌ (୩୩)ଙ୍କୁ ଛାଡ଼ିଦେଲେ ଅନ୍ୟକୌଣସି କିଓ୍ବି ବ୍ୟାଟ୍ସମ୍ୟାନ ପ୍ରଭାବୀ ପ୍ରଦର୍ଶନ କରିପାରି ନ ଥିଲେ। ଏହି ଦିବା-ରାତ୍ର ପିଙ୍କ ବଲ୍‌ ଟେଷ୍ଟ ମ୍ୟାଚ୍‌ରେ ପୂର୍ବରୁ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ମାର୍ନସ ଲାବୁସେନ (୧୪୩)ଙ୍କ ଶତକ ବଳରେ ୪୧୬ ରନ କରିଥିଲା। ଜବାବରେ ରସ୍‌ ଟେଲର (୮୦)ଙ୍କ ଉପଯୋଗୀ ବ୍ୟାଟିଂ ସତ୍ତ୍ୱେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୧୬୬ ରନରେ ସୀମିତ ରହିଥିଲା। ମ୍ୟାଚରେ ମୋଟ୍‌ ୯ ଉଇକେଟ୍‌ ନେଇଥିବା ଷ୍ଟାର୍କ ଶ୍ରେଷ୍ଠ ଖେଳାଳି ପୁରସ୍କାର ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri