ଦିବ୍ୟାଙ୍ଗଙ୍କ ପାଇଁ କୋଭିଡ୍‌ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା କର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ମହାମାରୀର ପ୍ରକୋପକୁ ହ୍ରାସ କରିବା ପାଇଁ କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ଏକାନ୍ତବାସ (ଆଇସୋଲେଶନ), ସଙ୍ଗରୋଧ କେନ୍ଦ୍ର(କ୍ୱାରାଣ୍ଟାଇନ ସେଣ୍ଟର), ନମୁନା ପରୀକ୍ଷା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଚିକିତ୍ସା ସୁବିଧା ରହିଛି। ଦିବ୍ୟାଙ୍ଗଙ୍କ ରୋଗ ପ୍ରତିରୋଧକ ଶକ୍ତି ଆବଶ୍ୟକତାଠାରୁ କମ୍‌ ରହିଥାଏ। ତେଣୁ କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାର ଅଭାବ ଯୋଗୁ ସେମାନେ ଆହୁରି ଅସୁବିଧାରେ ପଡ଼ିବା ସମ୍ଭାବନା ରହିଛି। ସେମାନଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ଦିବ୍ୟାଙ୍ଗ ସଶକ୍ତୀକରଣ ବିଭାଗ ସଚିବ ଶକୁନ୍ତଳା ଡି. ଗାମ୍‌ଲିନ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ମୁଖ୍ୟ ଶାସନସଚିବଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସରକାରମାନେ ଦିବ୍ୟାଙ୍ଗଙ୍କ ପାଇଁ ଅଧିକ ଯତ୍ନବାନ ହେବା ସହ ଚକଲଗା ଗାଡ଼ି ବ୍ୟବହାର କରୁଥିବା ଦିବ୍ୟାଙ୍ଗଙ୍କୁ ହାତ ପାହାନ୍ତାରେ ସାନିଟାଇଜର, ସାବୁନ, ବେସିନ ଯୋଗାଇ ଦେବା ଦରକାର। ରେଲିଂ ସହ ର଼୍ୟାମ୍ପ ବ୍ୟବସ୍ଥା, ସରଳ ଓ ରେଖାଙ୍କିତ ପଦ୍ଧତିରେ ବିଭିନ୍ନ ଆବଶ୍ୟକ ସାମଗ୍ରୀର ଚିତ୍ର ରହିବା ସହ କମ୍‌ ଉଚ୍ଚତା ବିଶିଷ୍ଟ ରିସେପ୍ସନ୍‌ ଓ ଫାର୍ମାସୀ କାଉଣ୍ଟର, ଡାକବାଜି ଯନ୍ତ୍ର ଯୋଗେ ବିଭିନ୍ନ ସୂଚନା ଆଦି ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ଯଦି କାୈଣସି ମାନସିକ ରୋଗୀ କୋଭିଡ-୧୯ରେ ଆକ୍ରାନ୍ତ ହୋଇଥିବେ ତାଙ୍କ ସହାୟକଙ୍କ ପାଇଁ ରୋଗୀଙ୍କ ପ୍ରକୋଷ୍ଠକୁ ଲାଗି ସ୍ବତନ୍ତ୍ର କ୍ୟାବିନ ବ୍ୟବସ୍ଥା କରିବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri