ଦିବ୍ୟାଙ୍ଗ ବୃଦ୍ଧାଙ୍କୁ ରାସ୍ତା ପାର କରି ଚର୍ଚ୍ଚାରେ ଟ୍ରାଫିକ କନେଷ୍ଟବଳ

ବାରିପଦା ଅଫିସ,୧୯ା୯- ନୂତନ ମୋଟର ଯାନ ଆଇନ ଆସିବା ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ କିଛି ଦିନ ହେବ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ବହୁତ ତତ୍ପରତା ଦେଖାଉଛନ୍ତି। ଏଥିପାଇଁ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଭିନ୍ନ ସ୍ଥାନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ଏଥିଯୋଗୁଁ ପୋଲିସର ଭାବମୂର୍ତ୍ତି ନଷ୍ଟ ହେଉଥିବା ବେଳେ କେତେକ ପୋଲିସ କର୍ମଚାରୀ ସେମାନଙ୍କ ମନୋଭାବ ପରିବର୍ତ୍ତନ କରୁ ନାହାନ୍ତି। ଅନ୍ୟପକ୍ଷେ କିଛି ପୋଲିସ କର୍ମଚାରୀ ଜନସାଧାରଣଙ୍କୁ ସେବା ଯୋଗାଇ ଦେଇ ପ୍ରଶଂସିତ ମଧ୍ୟ ହେଉଛନ୍ତି। ବାରିପଦା ସହରର ବ୍ୟସ୍ତବହୁଳ ତକତପୁର ଛକ ତଥା ଜାତୀୟ ରାଜପଥ ନଂ. ୧୮ରେ ଜଣେ ଦିବ୍ୟାଙ୍ଗ ବୃଦ୍ଧାଙ୍କୁ ରାସ୍ତା ପାର କରାଇବାରେ ସହଯୋଗ କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ ଟ୍ରାଫିକ ପୋଲିସ କର୍ମଚାରୀ। ଏହି କର୍ମଚାରୀଙ୍କ ନାମ ସୁଦୀପ ମହାନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାଙ୍କ ନିକଟକୁ ପ୍ରଶଂସାର ସୁଅ ଛୁଟିଛି। ଜନବହୁଳ ଏହି ରାସ୍ତାରେ ସବୁବେଳେ ଭରିଯାନ ଚଲାଚଳ କରେ। ରାସ୍ତା ଖରାପ ଥିବାରୁ ଜଣେ ବ୍ୟକ୍ତିଙ୍କୁ ରାସ୍ତା ପାର ହେବା ପାଇଁ ବହୁ ସାବଧାନତା ଅବଲମ୍ବନ କରିବାକୁ ପଡେ। ତେବେ ଟ୍ରାଫିକ କର୍ମଚାରୀ ସୁଦୀପଙ୍କ କହିବା ମୁତାବକ ଦିନ ପ୍ରାୟ ୧୧.୩୦ ବେଳେ ଜଣେ ଦିବ୍ୟାଙ୍ଗ ମହିଳା ବାରମ୍ବାର ରାସ୍ତା ପାର ହେବାକୁ ଉଦ୍ୟମ କରିଥିଲେ। ବହୁ ଚେଷ୍ଟା ସତ୍ତ୍ୱେ ରାସ୍ତା ପାର ହୋଇ ନ ପାରି ଫେରି ଆସୁଥିଲେ। ଏମିତି ଅଧଘଣ୍ଟା ଧରି ବୃଦ୍ଧା ଜଣକ ଉଦ୍ୟମ କରି ବିଫଳ ହୋଇ ରାସ୍ତା କଡରେ ଠିଆ ହୋଇ ରହିଥିଲେ। ଏହି ଘଟଣାକୁ ଦୀର୍ଘ ସମୟ ଅନୁଧ୍ୟାନ କରିବା ପରେ ସୁଦୀପ ତୁରନ୍ତ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କରିଥିଲେ। ରାସ୍ତାରେ ଗାଡ଼ି ଅଟକାଇ ତାଙ୍କୁ ରାସ୍ତା ପାର କରାଇଥିଲେ। ଲୋକଙ୍କ ସେବା କରିବା ହିଁ ପୋଲିସ ବିଭାଗର ପ୍ରଥମ କାର୍ଯ୍ୟ ବୋଲି ସୁଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri