ଦିବ୍ୟାଙ୍ଗ ସୁକାନ୍ତି, ଧନେଶ୍ୱର ଏବେ ସୁଖଦୁଃଖର ସାଥୀ

ଆରଡ଼ି,୯।୩(ଡି.ଏନ.ଏ.)-ସମାଜରେ ସୁସ୍ଥ ଲୋକଙ୍କ ପରି ଜୀବନ ବିତାଇବାକୁ ୨୦୧୭ରେ ବୈଦିକ ରୀତିରେ ବିବାହ କରିଥିଲେ। ୭ ମାସ ତଳେ ସେମାନଙ୍କ କୋଳ ମଣ୍ଡନ କରିଛି ଏକ ଶିଶୁପୁତ୍ର। ତେଲଲୁଣର ସଂସାର ମଧ୍ୟରେ ଦୁଃଖ ଆସିଲେ ବି ସେଥିରେ ଖାତିର ନ କରି ହସି ହସି ସ୍ଥିତିକୁ ସାମ୍ନା କରୁଛନ୍ତି ଏହି ଦମ୍ପତି। ଦିବ୍ୟାଙ୍ଗ ହୋଇଥିଲେ ବି କାହା ଉପରେ ନିର୍ଭର ନ କରି ସେମାନେ ଆତ୍ମନିର୍ଭରଶୀଳ ହୋଇ ବଞ୍ଚିବାକୁ ସଂଘର୍ଷ ଜାରି ରଖିଛନ୍ତି।
ଏହି ଦିବ୍ୟାଙ୍ଗ ଦମ୍ପତି ହେଲେ ଧନେଶ୍ୱର ପରିଡ଼ା ଓ ସୁକାନ୍ତି ପରିଡ଼ା। ଘର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁରରେ। ଧନେଶ୍ୱର ୨ ମାସର ହୋଇଥିବା ବେଳେ ମିଳିମିଳାରେ ତାଙ୍କର ଦୁଇ ଆଖି ନଷ୍ଟ ହୋଇଯାଇଥିଲା। ସେ ସ୍ଥାନୀୟ ସୁନ୍ଦରପୁର- ଦୋହରାପାଟଣା ଉ.ପ୍ରା. ବିଦ୍ୟାଳୟ ପ୍ରଧାନଶିକ୍ଷକ ଅନିଲ କୁମାର ଦାସଙ୍କ ଉଦ୍ୟମରେ ସେ ୭ମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ି ପାରିଥିଲେ। ପରେ ସେ ବିନା ଗୁରୁରେ ନିଜ ଉଦ୍ୟମରେ ଢୋଲ ବଜାଇବା ଶିଖିଥିଲେ। ଏଥିସହ ସଙ୍ଗୀତ ସାଧନା ମଧ୍ୟ କରିଥିଲେ। ଏବେ ସୁଲଳିତ କଣ୍ଠରେ ଭଜନ ଶୁଣାଇବା ସହ ସଂକୀର୍ତ୍ତନ ମଣ୍ଡଳୀରେ ବିଭିନ୍ନ ସ୍ଥାନକୁ ଯାଇ ସଙ୍ଗୀତ ପରିବେଷଣ କରି ଲୋକଙ୍କ ହୃଦୟ ଜିଣିପାରିଛନ୍ତି। ସେଥିରୁ ଯାହା ମିଳୁଛି ଚଳୁଛି ପରିବାର। ଧନେଶ୍ୱରଙ୍କ ମାତାପିତା ଓ ୨ ଭାଇ ଅଛନ୍ତି। ହେଲେ ପତ୍ନୀ ଓ ଶିଶୁପୁତ୍ରଙ୍କୁ ନେଇ ତାଙ୍କର ଛୋଟ ସଂସାର। ଉଭୟ ମାସିକ ୫ ଶହ ଟଙ୍କା ଲେଖାଏ ସରକାରୀ ଭତ୍ତା ପାଉଛନ୍ତି। ପୂର୍ବରୁ ପାଉଥିବା ମାଗଣା ୧୦ କେଜି ଚାଉଳ ବର୍ଷେ ହେଲା ଆଉ ମିଳୁନି। ସୁକାନ୍ତିଙ୍କର ଜନ୍ମ ବେଳୁ ବାମହାତ କହୁଣି ପାଖରୁ ନାହିଁ। ସେ ଅବିବାହିତ ଥିବାବେଳେ ଏକ ଶିଳ୍ପ ତାଲିମ ଶିକ୍ଷାକେନ୍ଦ୍ରରେ ୪ର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିଲେ। ବିବାହ ପରେ ସେହି ଚାକିରି ଚାଲିଯାଇଛି। ବର୍ତ୍ତମାନ ଗୋଟିଏ ହାତରେ ସେ ସମସ୍ତ ଘରୋଇ କାମ କରିବା ସହ ସ୍ବାମୀଙ୍କ ପାଇଁ ସାହାରା ପାଲଟିଛନ୍ତି। ଗୋଟିଏ ହାତରେ ସେ ପୁଅର ଯତ୍ନ ନେବା ସହ ଅନ୍ୟ କାମ ମଧ୍ୟ କରୁଛନ୍ତି। ଦିବ୍ୟାଙ୍ଗମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯାଉଥିବାବେଳେ ଏହି ଦମ୍ପତି ଅଣଦେଖାର ଶିକାର ହୋଇଛନ୍ତି। ତଥାପି ସେମାନେ ପରିସ୍ଥିତିକୁ ସାମ୍ନା କରି ଆଗକୁ ବଢ଼ିବାକୁ ଉଦ୍ୟମ ଜାରି ରଖିଥିବା କହିଛନ୍ତି। ଧନେଶ୍ୱର କହନ୍ତି, ସେ ତାଙ୍କ ଶିଶୁପୁତ୍ରକୁ ପାଠ ପଢ଼ାଇ ବଡ଼ ମଣିଷ କରିବେ। ସେହି ସ୍ବପ୍ନରେ ଏବେ ଆତ୍ମବିଭୋର ଏହି ଦମ୍ପତି। ଏହି ଦିବ୍ୟାଙ୍ଗ ଦମ୍ପତିଙ୍କର କର୍ମନିଷ୍ଠା ଓ ଆଚରଣ ବିରଳ ଉଦାହରଣ କହିଲେ ଅତ୍ୟୁକ୍ତି ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?