Posted inଜାତୀୟ

ଦିଲ୍ଲୀବାସୀଙ୍କୁ କେଜ୍‌ରିଓ୍ବାଲ କହିଲେ ‘ଆଇ ଲଭ୍‌ ୟୁ’

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତ ସହ ତୃତୀୟ ଥର ଲାଗି ସରକାର ଗଠନ କରିବାକୁ ଯାଉଛି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)। ମଙ୍ଗଳବାର ଭୋଟଗଣତି ପରେ ଏଏପି ଶାସନ କରିବା ସ୍ପଷ୍ଟ ହୋଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଏହା ଦେଶ ଏବଂ ଦିଲ୍ଲୀବାସୀଙ୍କ ଜିତ୍‌। ଯେଉଁ ଦଳ କାମ କରିବ ଏବେ ସେ ଜିତିବ। ଯିଏ ୨୪ ଘଣ୍ଟା ବିଜୁଳି ଦେବ, ସ୍ବାସ୍ଥ୍ୟ ସୁବିଧା ପ୍ରଦାନ କରିବ, ଶିକ୍ଷା ବ୍ୟବସ୍ଥା ସୁଧାରିବ, ସେ ହିଁ କ୍ଷମତାକୁ ଆସିବ। ଦିଲ୍ଲୀବାସୀ ପୁଅ ଭାବି ସମର୍ଥନ ଜଣାଇଛନ୍ତି। ସେଥିପାଇଁ ଧନ୍ୟବାଦ। ଆପଣ ଚମତ୍କାର କରି ଦେଖାଇଛନ୍ତି। ‘ଆଇ ଲଭ ୟୁ’। ଏହି ବିଜୟ ଦେଶକୁ ୨୧ତମ ଶତାବ୍ଦୀକୁ ନେଇଯିବ ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ଏହି ଅବସରରେ ତାଙ୍କ ସହ ସଞ୍ଜୟ ସିଂ ଏବଂ ଗୋପାଳ ରାୟ ନଜରକୁ ଆସିଥିବା ବେଳେ ସିସୋଦିଆ ନ ଥିଲେ।

ଦୀର୍ଘ ଦିନ ଧରି ଦିଲ୍ଲୀ ବିଧାନସଭାକୁ ନେଇ ରାଜନୀତି ପାଣିପାଗ ଉଷ୍ମ ରହିଆସୁଥିଲା। ୭୦ ଆସନ ବିଶିଷ୍ଟ ଦିଲ୍ଲୀରେ ଏଏପି ୬୨ ଆସନରେ ଅଗ୍ରଣୀ ରହିଥିବା ବେଳେ ଭାଜପା ମାତ୍ର ୮ ଆସନରେ ଆଗୁଆ ରହିଛି। ଅପରପକ୍ଷେ କଂଗ୍ରେସ ଆଦୌ ଖାତା ଖୋଲିବାରେ ସକ୍ଷମ ହୋଇନାହିଁ। ଦଳର ଏଭଳି ବିଜୟ ପରେ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେଜ୍‌ରିଓ୍ବାଲ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?