ଦିଲ୍ଲୀରେ ଟମାଟୋ କିଲୋ ୮୦

ନୂଆଦିଲ୍ଲୀ,୧୦-୧୦: ପିଆଜ ପରେ ଏବେ ଟମୋଟୋ ଦର ଆକାଶ ଛୁଆଁ ହୋଇଛି। ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ଟମାଟୋର କିଲୋ ପ୍ରତି ଦର ବୁଧବାର ୮୦ ଟଙ୍କା ଛୁଇଁଛି। କର୍ନାଟକ ସମେତ ଅନ୍ୟାନ୍ୟ ଉତ୍ପାଦନକାରୀ ରାଜ୍ୟଗୁଡିକରେ ବର୍ଷା ଯୋଗୁ ଯୋଗାଣ ବାଧାପ୍ରାପ୍ତ ହେବାରୁ ଏଭଳି ସ୍ଥିତି ଉପୁଜିଥିବା ଜଣା ପଡିଛି। ମାତ୍ର ଗତ ସପ୍ତାହ ତୁଳନାରେ ପିଆଜ ଦର ସାମାନ୍ୟ ହ୍ରାସ ଘଟି ପ୍ରାୟ ୬୦ ଟଙ୍କା ରହିଛି। ମଦର ଡେରୀର ସଫଳ ଆଉଟଲେଟରେ ଟମାଟୋ କିଲୋ ପ୍ରତି ଦର ୫୮ ଟଙ୍କା ରହିଛି। ମାତ୍ର ସ୍ଥାନୀୟ ଭେଣ୍ଡରମାନେ ଏହାକୁ ୬୦ରୁ ୮୦ ଟଙ୍କାରେ ବିକ୍ରି କରୁଥିବା ଜଣାପଡ଼ିଛି। ଟମାଟୋର ଗୁଣବତ୍ତା ଏବଂ ବିଭିନ୍ନ ସ୍ଥାନ ଆଧାରରେ ଦରରେ କିଛିଟା ଭିନ୍ନତା ଦେଖାଯାଇଛି। କେନ୍ଦ୍ର ସରକାରଙ୍କ ତଥ୍ୟ ମୁତାକବ ଦିଲ୍ଲୀରେ ଟମାଟୋର ହାରାହାରି ରିଟେଲ ଦର ବୁଧବାର ୫୪ଟଙ୍କା ରହିଛି। ଏହା ଅକ୍ଟୋବର ପହିଲାରେ ୪୫ ଟଙ୍କା ରହିଥିଲା। କର୍ନାଟକ, ତେଲେଙ୍ଗାନା ଏବଂ ପାର୍ବତ୍ୟାଞ୍ଚଳରେ ଗତ କିଛି ହେବ ବର୍ଷା ଯୋଗୁ ଫସଲ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଦେଶର ମେଟ୍ରୋ ସହର ଗୁଡିକରେ ଟମାଟୋ ଦର ଉଚ୍ଚରେ ରହିଥିବା ଦେଖାଯାଇଛି। କଲିକତାରେ ଏହାର ଦର ୬୦ ଟଙ୍କା ଥିବା ବେଳେ ମୁମ୍ବାଇରେ ୫୪, ଚେନ୍ନାଇରେ ୪୦ ଟଙ୍କା ରହିଥିବା ସରକାରୀ ତଥ୍ୟରୁ ଜଣାଯାଇଛି। ନାଫେଡ, ଏନ୍‌ସିସିଏଫ୍‌ ଏବଂ ମଦରଡେରୀ ଭଳି କୋଅପରେଟିଭଗୁଡିକ ପିଆଜ କିଲୋ ପ୍ରତି ବର୍ତ୍ତମାନ ୨୩.୯୦ ଟଙ୍କାରେ ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri