Posted inଜାତୀୟ

ଦିଲ୍ଲୀରେ ଟ୍ୟୁସନ ଟିଚରଙ୍କ ଉନ୍ମତ୍ତକାଣ୍ଡ: ପତ୍ନୀ ଓ ୩ ପିଲାଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୨୨।୬: ରାଜଧାନୀ ଦିଲ୍ଲୀରେ ଏକ ବିଚଳିତ କରିଦେବା ଘଟଣା ସମ୍ନାକୁ ଆସିଛି। ଦିଲ୍ଲୀର ମହରୋଲି ଅଞ୍ଚଳର ଓ୍ବାର୍ଡ-୨ରେ ଜଣେ ବ୍ୟକ୍ତି ନିଜ ପତ୍ନୀ ଓ ୩ ପିଲାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣଙ୍କ ପ୍ରଥମେ ମାରଣାସ୍ତ୍ରରେ ଆକ୍ରମଣ କରିବା ପରେ ନୀରିହ ପିଲାଙ୍କ ତଣ୍ଟି ଚିପି ହତ୍ୟା କରିଥିଲେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ଜଣଙ୍କ ହେଲେ ଉକ୍ତ ଅଞ୍ଚଳର ଉପେନ୍ଦ୍ର ଶୁକ୍ଳା। ସେ ଟ୍ୟୁସନ କରି ନିଜ ପରିବାର ପେଟ ପୋଷୁଥିଲେ। ତେବେ ଅଭିଯୁକ୍ତ ଜଣଙ୍କ ଏଭଳି କାଣ୍ଡ କାହିଁକି ଭିଆଇଛନ୍ତି ତାହା ଏବେ ସ୍ପଷ୍ଟ ହୋଇପାରି ନ ଥିବା ବେଳେ ଅବସାଦ ଯୋଗୁ ଏଭଳି କରିଥିବା ଅନୁମାନ କରାଯାଉଛି। ଅପରପକ୍ଷରେ ଘଟଣାସ୍ଥଳରୁ ତାଙ୍କର ୨ଟି ହାତଲେଖା ନୋଟ ମିଳିଛି। ଏହି ନୋଟ ଇଂଲିଶ୍‌ ଓ ହିନ୍ଦୀରେ ଲେଖାଯାଇଥିବା ବେଳେ ସେଥିରେ ସେ ଏହି ହତ୍ୟା କରିଥିବା ନେଇ ସ୍ବୀକାର କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ ରାତିରେ ଉପେନ୍ଦ୍ର ତାଙ୍କ ପତ୍ନୀ, ୭ବର୍ଷର ଝିଅ, ୫ବର୍ଷର ପୁଅ ଓ ଦେଢ଼ ମାସର ଝିଅକୁ ଛୁରୀରେ ହତ୍ୟା କରିଥିଲେ। ସକାଳେ ଉପେନ୍ଦ୍ର କବାଟ ନ ଖୋଲିବାରୁ ତାଙ୍କ ଶାଶୁ ଏନେଇ ପାଖ ପଡ଼ୋଶୀଙ୍କୁ ଖବର ଦେଇଥିଲେ। ଏହାପରେ ପଡ଼ୋଶୀ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ପହଞ୍ଚି ଉପେନ୍ଦ୍ରଙ୍କୁ ଗିରଫ କରିବା ସହ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri