Posted inଜାତୀୟ

ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ ପାଇଁ ସେଓ ବଗିଚାରେ ଷଡ଼ଯନ୍ତ୍ର ରଚିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ରକ୍ତକୁଖା ହୋଇପଡ଼ିଛି। ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିବାରେ ଲାଗିଛି ପାକିସ୍ତାନ। ଏନେଇ ରାଜଧାନୀ ଦିଲ୍ଲୀରେ ଆକ୍ରମଣ ଲାଗି ଏକ ସେଓ ବଗିଚାରେ ଯୋଜନା କରୁଥିବା ନେଇ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି। ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ଥିବା ଜୈଶ-ଏ-ମହମ୍ମଦର ୩ରୁ ୪ଜଣ ପ୍ରଶିକ୍ଷିତ ଗ୍ରୁପ୍‌ଙ୍କୁ ଦିଲ୍ଲୀ, କଶ୍ମୀର ଓ ପଞ୍ଜାବକୁ ପଠାଯାଇଛି। ୫ ଦିନ ପୂର୍ବରୁ ପ୍ରାୟ ୯୦୦ କିଲୋମିଟର ଦୂର କଶ୍ମୀରର ବାନ୍ଦିପୁରା ଜିଲାରେ ଥିବା ଏକ ସେଓ ବଗିଚାରେ ଆତଙ୍କବାଦୀ ଆକ୍ରମଣ ଷଡଯନ୍ତ୍ର କରିଥିଲେ। କୋଡ୍‌ ଇଣ୍ଟରସେପ୍ଟ ଜରିଆରେ ଆତଙ୍କବାଦୀଙ୍କ ଏହି କଥାବାର୍ତ୍ତା ବିଷୟରେ ଗୁଇନ୍ଦା ବିଭାଗ ଜାଣିପାରିଛି। ସେଥିରେ ଦୀପାବଳି ଓ କଶ୍ମୀର ସେଓକୁ ଦିଲ୍ଲୀରେ ଯୋଗାଇବାକୁ ପ୍ରସ୍ତୁତ କରାଯାଉଛି ଭଳି କୋଡରେ ଯୋଜନା କରାଯାଉଥିବା ନେଇ ସୂଚନା ମିଳିଛି। ଏହି ଯୋଜନାକୁ ଜୈଶ କମାଣ୍ଡର ଆବୁ ଉସ୍‌ମାନ ପ୍ରସ୍ତୁତ କରିଥିବା ବେଳେ ଏହାକୁ ଗୋପନୀୟ ଯୋଜନା ‘ଡି’ ଦିଆଯାଇଥିବ ଜଣାପଡ଼ିଛି। ଏହାପରେ ଗୁଇନ୍ଦା ବିଭାଗ ପକ୍ଷରୁ ଜମ୍ମୁ କଶ୍ମୀର ପୋଲିସ, ସିଆରପିଏଫ, ବିଏସଏଫ ଓ ଦିଲ୍ଲୀ ପୋଲିସକୁ ଆଲର୍ଟ କରାଯାଇଛି। ସତର୍କ ସୂଚନା ମିଳିବା ପରେ ସହରରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri