Posted inଜାତୀୟ

ଦିଲ୍ଲୀରେ ୪ ସଶସ୍ତ୍ର ଆତଙ୍କବାଦୀ: ଉତ୍ତର ଭାରତ ବିମାନବନ୍ଦରରେ ହାଇଆଲର୍ଟ

ନୂଆଦିଲ୍ଲୀ,୪-୧୦:ରାଜଧାନୀ ଦିଲ୍ଲୀ ଉପରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌)ର ନଜର। ଜୈଶ୍‌ର ୪ ସଶସ୍ତ୍ର ଆତଙ୍କବାଦୀ ଦିଲ୍ଲୀରେ ବୁଲୁଛନ୍ତି। ସେମାନେ ପୂଜାଋତୁରେ ଆମତ୍ଘାତୀ ଆକ୍ରମଣ କରିପାରନ୍ତି ବୋଲି ସୁରକ୍ଷା ସଂସ୍ଥାଗୁଡ଼ିକ ଜାଣିବାକୁ ପାଇଛନ୍ତି। ଏନେଇ ଗୋଇନ୍ଦା ରିପୋର୍ଟ ମିଳିବା ପରେ ଉତ୍ତର ଭାରତର ବିମାନବନ୍ଦରଗୁଡ଼ିକରେ ହାଇଆଲର୍ଟ ଜାରି କରାଯାଇଛି। ଏହସହ ସବୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି।
ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌କୁ ସୋମବାର ରାତିରେ ଜୈଶ୍‌ ଦିଲ୍ଲୀରେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଗୁରୁବାର ପୂର୍ବାହ୍ନରେ ଅନୁଷ୍ଠିତ ଏକ ବୈଠକରେ ଏନେଇ ଆଲୋଚନା ହୋଇଛି। ୪ ସଶସ୍ତ୍ର ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷା ବଳ ପକ୍ଷରୁ ଜୋର୍‌ଦାର ତଲାସି ଚାଲିଛି। ତଥ୍ୟ ଆଧାରରେ ସବୁ ପ୍ରକାର ଆତଙ୍କବାଦ ନିରୋଧୀ ପଦକ୍ଷେପ ନିଆଯାଉଛି। ଚିନ୍ତା କରିବା ଆବଶ୍ୟକ ନାହିଁ ବୋଲି କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ଡେପୁଟି କମିଶନର ଏମ୍‌ଏସ୍‌ ରାନ୍ଧଓ୍ବା କହିଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଆତଙ୍କବାଦୀମାନେ ସରକାରଙ୍କ ବିରୋଧରେ ପ୍ରତିଶୋଧପରାୟଣ ହୋଇ ବଡ଼ ଧରଣର ଆକ୍ରମଣ କରିପାରନ୍ତି। ସେମାନଙ୍କ ଟାର୍ଗେଟରେ ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ରହିଥିବା ପୂର୍ବରୁ ମଧ୍ୟ ଗୋଇନ୍ଦା ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri