Posted inଜାତୀୟ

ଦିଲ୍ଲୀର ଜନତା ଏଥର କେବଳ ‘ଝାଡୁ’କୁ ହିଁ ଭୋଟ ଦେବେ: ସୁନୀତା କେଜରିଓ୍ବାଲ

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଏଥର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଇଁ ତାଙ୍କ ପରିବାର ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ନୂଆଦିଲ୍ଲୀ ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା କେଜରିଓ୍ବାଲଙ୍କ ସ୍ତ୍ରୀ ସୁନୀତା, ଝିଅ ହର୍ଷିତା ଏବଂ ପୁଅ ପୁଲକିତ ଘର ଘର ବୁଲି ଭୋଟ ମାଗୁଛନ୍ତି। କେଜରିଓ୍ବାଲଙ୍କ ସ୍ତ୍ରୀ ସୁନୀତା କହିଛନ୍ତି, ଆମ ଆଦମୀ ପାର୍ଟି ଉପରେ ଭାଜପା ବହୁପ୍ରକାର ଅଭିଯୋଗ ଆଣୁଛନ୍ତି। ଦିଲ୍ଲୀର ଜନତା ସବୁ ଦେଖୁଛନ୍ତି। ଏଥର ଜନତା ଭୋଟ କେବଳ ‘ଝାଡୁ’(ଆମ ଆଦମୀ ପାର୍ଟି ଚିହ୍ନ)କୁ ଦେବେ ବୋଳି ସେ କହିଛନ୍ତି। ସୁନୀତା କେଜରିଓ୍ବାଲ ଜଣେ ଆଇଆରଏସ ଅଧିକାରୀ। ସେ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ସୂଚନାଯୋଗ୍ୟ, କେଜରିଓ୍ବାଲ ତୃତୀୟଥର ପାଇଁ ନୂଆଦିଲ୍ଲୀରୁ ନିର୍ବାଚନ ଲଢୁଛନ୍ତି। ୨୦୧୩ରେ ପ୍ରଥମେ ଏହି ଆସନରୁ ନିର୍ବାଚନ ଲଢି ଦିଲ୍ଲୀ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କୁ ୨୬ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ। ୨୦୧୫ରେ କେଜରିଓ୍ବାଲ ଭାଜପାର ନୂପୁର ଶର୍ମାଙ୍କୁ ୩୨ ହଜାର ଭୋଟରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri