ଦିଲ୍ଲୀର ୧୦ ସଂଖ୍ୟାଲଘୁଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଗଲା

ସୋନପୁର,୪।୪(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ସହର ଉପକଣ୍ଠରେ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ବ୍ୟକ୍ତିଙ୍କ ଘରେ ୧୦ଜଣ ଅପରିଚିତ ଲୋକ ଗତ କିଛିଦିନ ହେଲା ରହି ଆସୁଥିଲେ । ଦିଲ୍ଲୀ ନିଜାମୁଦ୍ଦିନ ଘଟଣା ପରେ ସ୍ଥାନୀୟ ଲୋକେ ସନ୍ଦେହ କରି ଏ ସମ୍ପର୍କରେ ପୋଲିସକୁ ଜଣାଇଥିଲେ । ଘର ତଲାସୀ ପରେ ଦିଲ୍ଲୀ ଅଶୋକ ନଗର ଅଞ୍ଚଳର ୯ ଜଣ ଓ ଉତ୍ତର ପ୍ରଦେଶ ମିରଟ ଲୋହିଆ ନଗର ଅଞ୍ଚଳର ଜଣଙ୍କୁ ଠାବ କରା ଯାଇଥିଲା । ସେମାନେ କାହାକୁ କିଛି ନ ଜଣାଇ ଗତ ୧୯ ଦିନ ଧରି ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ରହୁଥିଲେ । ପୋଲିସ ସହାୟତାରେ ସମସ୍ତଙ୍କୁ ବୀରମହରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟ(ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର)ରେ କ୍ୱାରେଣ୍ଟାଇନରେ ରଖାଯାଇଛି । ଶନିବାର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମ୍ପୃକ୍ତଙ୍କ ରକ୍ତ, ସ୍ବାବ ସଂଗ୍ରହ ହୋଇ ସନ୍ଧ୍ୟାରେ ପରୀକ୍ଷଣ ପାଇଁ ଭୁବନେଶ୍ୱର ପଠାଯାଇଛି । ଜନସାଧାରଣ ଆତଙ୍କିତ ନହେବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri